Indian Language Bible Word Collections
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Thessalonians Chapters
1
|
ପାଉଲ, ସିଲ୍ଵାନ୍ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି; |
2
|
ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । |
3
|
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ଵାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି, |
4
|
ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କ୍ଲେଶ ଭୋଗ କରୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ଵରଙ୍କ ମଣ୍ତଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଦର୍ପ କରିଥାଉ । |
5
|
ଈଶ୍ଵରଙ୍କ ଯେଉଁ ରାଜ୍ୟନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗ କରୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ଵରଙ୍କ ଯଥାର୍ଥ ବିଚାରର ପ୍ରତ୍ୟକ୍ଷ ପ୍ରମାଣ, |
6
|
କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ପ୍ରଜ୍ଜ୍ଵଳିତ ଅଗ୍ନି ସହ ସ୍ଵର୍ଗରୁ ପ୍ରକାଶିତ ହେବେ, |
7
|
ସେତେବେଳେ ତୁମ୍ଭମାନଙ୍କୁ କ୍ଳେଶ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ସ୍ଵରୂପେ କ୍ଳେଶ ଦେବା ଓ କ୍ଳେଶ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ଵରଙ୍କ ପକ୍ଷରେ ନ୍ୟାୟର ବିଷୟ; |
8
|
ଯେଉଁମାନେ ଈଶ୍ଵରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ତ ଦେବେ, |
9
|
ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ଵାରା ଗୌରବାନ୍ଵିତ ହେବାକୁ ଓ ବିଶ୍ଵାସ କରିଥିବା ଲୋକ ସମସ୍ତଙ୍କ ଦ୍ଵାରା ଚମତ୍କାରର ଦୃଶ୍ୟ ସ୍ଵରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ଵାସ କରିଅଛ), |
10
|
ସେହିଦିନ ସେମାନେ ଦଣ୍ତ ପାଇବେ, ଅର୍ଥାତ୍, ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରୀକୃତ ହୋଇ ଅନ; ବିନାଶ ଭୋଗ କରିବେ । |
11
|
ଏଣୁ ଆମ୍ଭମାନଙ୍କ ଈଶ୍ଵର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ଵାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ସତ୍କାମନା ଓ ବିଶ୍ଵାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ; |
12
|
ତାହାହେଲେ ଆମ୍ଭମାନଙ୍କ ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ଵିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ଵିତ ହେବ । |