English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Ecclesiastes Chapters

1 ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା ।
2 ଉପଦେଶକ କହୁଅଛନ୍ତି, ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର ।
3 ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୁଏ, ତାହାର ସେହିସବୁରୁ କି ଲାଭ?
4 ଏକ ପୁରୁଷ ବହିଯାଏ ଓ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ ।
5 ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ଵର ହୁଏ ।
6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ ।
7 ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି ।
8 ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ ।
9 ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ ।
10 ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା ।
11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ ।
12 ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି ।
13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ଵାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ଵାରା ପରମେଶ୍ଵର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟ; କ୍ଲେଶଜନକ ।
14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର ।
15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ ।
16 ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାଅନୁଭବୀ ହୋଇଅଛି ।
17 ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଓ ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି ।
18 କାରଣ ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ ।
×

Alert

×