Indian Language Bible Word Collections
Malachi
Malachi Chapters
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Malachi Chapters
1
|
ମଲାଖିଙ୍କ ଦ୍ଵାରା ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ଭାରୋକ୍ତି । |
2
|
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ? ସଦାପ୍ରଭୁ କହନ୍ତି, ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ । |
3
|
ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ଵଂସ ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳଗଣକୁ ଦେଲୁ । |
4
|
ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା; ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା; ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଅଞ୍ଚଳ ଓ ପରମେଶ୍ଵରଙ୍କର ନିତ୍ୟ କ୍ରୋଧପାତ୍ର ସ୍ଵରୂପ ଗୋଷ୍ଠୀ ବୋଲି ନାମ ଦେବେ । |
5
|
ପୁଣି, ତୁମ୍ଭମାନଙ୍କର ଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ହେଁ ମହିମାନ୍ଵିତ ହେଉନ୍ତୁ । |
6
|
ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯେବେ ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯେବେ ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି । ପୁଣି, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ ⇧? |
7
|
ତୁମ୍ଭେମାନେ ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୋଟୀ ଉତ୍ସର୍ଗ କରୁଅଛ, ତଥାପି କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ । |
8
|
ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରାହ୍ୟ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । |
9
|
ଆଉ, ଏବେ ମୁଁ ବିନତି କରେ, ପରମେଶ୍ଵର ଯେପରି ଆମ୍ଭମାନଙ୍କ ପ୍ରତି ଦୟାଳୁ ହେବେ, ଏଥିପାଇଁ ତାହାଙ୍କର ଅନୁଗ୍ରହ ପ୍ରାର୍ଥନା କର; ଏହା ତୁମ୍ଭମାନଙ୍କ କାର୍ଯ୍ୟ ଦ୍ଵାରା ହୋଇଅଛି; ସେ କʼଣ ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ଗ୍ରାହ୍ୟ କରିବେ? ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । |
10
|
ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ଵଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯେବେ ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ । |
11
|
କାରଣ ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତହିଁର ଅସ୍ତ ଗମନ ସ୍ଥାନ ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମର ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେଜ । |
12
|
ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ,ଏହା କହି ତୁମ୍ଭେମାନେ ସେ ନାମ ଅଶୁଚି କରୁଅଛ । |
13
|
ଆହୁରି, ତୁମ୍ଭେମାନେ କହୁଅଛ, ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି । |
14
|
ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଶାପଗ୍ରସ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ । |