Indian Language Bible Word Collections
Micah
Micah Chapters
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Micah Chapters
1
|
ଯିହୁଦା ଦେଶୀୟ ଯୋଥମ୍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ । |
2
|
ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ । |
3
|
କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀ-ସକଳ ଉପରେ ଗମନ କରିବେ । |
4
|
ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ । |
5
|
କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ-ବଂଶର ପାପ ସକାଶୁ ଏସବୁ ହେଉଅଛି । ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ? ସେସବୁ କି ଯିରୂଶାଲମ ନୁହେଁ? |
6
|
ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା । |
7
|
ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ତ ଖଣ୍ତ କରାଯିବ ଓ ତାହାର ବର୍ତ୍ତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ଵଂସ କରିବା; କାରଣ ବେଶ୍ୟାର ବର୍ତ୍ତନ ଦ୍ଵାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବର୍ତ୍ତନ ହୋଇଯିବ । |
8
|
ଏଥି ସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ବିବସ୍ତ୍ର ଓ ଉଲଙ୍ଗ ହୋଇ ବୁଲିବା; ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ର ପକ୍ଷୀ ପରି ଶୋକ କରିବା । |
9
|
କାରଣ ତାହାର କ୍ଷତ ଅପ୍ରତିକାର୍ଯ୍ୟ; ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ହିଁ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ଵାର, ଯିରୂଶାଲମ ପର୍ଯ୍ୟନ୍ତ ହିଁ ପହଞ୍ଚୁଅଛି । |
10
|
ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, କିଛି ହିଁ ରୋଦନ କର ନାହିଁ; ବୈଥ୍-ଲି-ଅଫ୍ରାରେ ଆମ୍ଭେ ଧୂଳିରେ ଗଡ଼ିଅଛୁ । |
11
|
ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ଵନ ହରଣ କରିବ । |
12
|
କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି । |
13
|
ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ଵ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ଵରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞାଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା । |
14
|
ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ; ଅକ୍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ । |
15
|
ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ । |
16
|
ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ତନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି । |