Indian Language Bible Word Collections
1 Chronicles 11:1
1 Chronicles Chapters
1 Chronicles 11 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Chronicles Chapters
1 Chronicles 11 Verses
1
|
ଅନନ୍ତର ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ । |
2
|
ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ । |
3
|
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ । |
4
|
ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ । |
5
|
ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ । ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା । |
6
|
ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ । ତହିଁରେ ସରୁୟାର ପୁତ୍ର ଯୋୟାବ୍ ପ୍ରଥମେ ଗଲା ଓ ପ୍ରଧାନ କରାଗଲା । |
7
|
ପୁଣି ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ । |
8
|
ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦିଗରେ ନଗର ନିର୍ମାଣ କଲେ; ପୁଣି ଯୋୟାବ୍ ନଗରର ଅବଶିଷ୍ଟ ସ୍ଥାନ ପୁନର୍ନିର୍ମାଣ କଲେ । |
9
|
ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କର ସହାୟ ଥିଲେ । |
10
|
ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ । |
11
|
ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା । |
12
|
ପୁଣି ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା । |
13
|
ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ତେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ; |
14
|
ଏଥିରେ ସେମାନେ ସେହି ଭୂମିଖଣ୍ତ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁ ମହାଜୟ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ । |
15
|
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଗଲେ । ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ । |
16
|
ପୁଣି ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ । |
17
|
ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପଜଳ ପାନ କରିବାକୁ ମୋତେ ଦିଅନ୍ତା କି! |
18
|
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ, |
19
|
ମୋʼ ପରମେଶ୍ଵର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି । ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ । ଏହି ସକଳ କର୍ମ ସେହି ତିନି ବୀର କରିଥିଲେ । |
20
|
ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା । |
21
|
ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା । |
22
|
ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା । |
23
|
ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା । |
24
|
ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା । |
25
|
ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ । |
26
|
ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍; |
27
|
ହରୋରୀୟ ଶମ୍ମୋତ୍, ପଲୋନୀୟ ହେଲସ୍, |
28
|
ତକୋୟୀୟ ଇକ୍କେଶର ପୁତ୍ର ଇରା, ଅନାଥୋତୀୟ ଅବୀୟେସର; |
29
|
ହୁଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ; |
30
|
ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍; |
31
|
ବିନ୍ୟାମୀନ-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ; |
32
|
ଗାଶ୍ ନଦୀ ତୀର ନିବାସୀ ହୂରୟ, ଅର୍ବ୍ବତୀୟ ଅବୀୟେଲ; |
33
|
ବାହାରୁମୀୟ ଅସ୍ମାବତ୍, ଶାଲବେନୀୟ ଇଲୀୟହବ; |
34
|
ଗିଷୋନୀୟ ହାଷେମ୍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ; |
35
|
ହରାରୀୟ ସାଖରର ପୁତ୍ର ଅହୀୟାମ୍, ଊରର ପୁତ୍ର ଇଲୀଫାଲ; |
36
|
ମଖେରାତୀୟ ହେଫର୍, ପଲୋନୀୟ ଅହୀୟ; |
37
|
କର୍ମିଲୀୟ ହିଷ୍ରୟ, ଇଷ୍ବୟର ପୁତ୍ର ନାରୟ; |
38
|
ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର; |
39
|
ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ; |
41
|
ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍, |
42
|
ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ; |
43
|
ମାଖାର ପୁତ୍ର ହାନନ୍, ମିନିୀୟ ଯୋଶାଫଟ୍; |
44
|
ଅଷ୍ଟାରୋତୀୟ ଉଷୀୟ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍; |
45
|
ଶିମ୍ରିର ପୁତ୍ର ଯିଦୀୟେଲ୍ ଓ ତାହାର ଭ୍ରାତା ତୀଷୀୟ ଯୋହା; |
46
|
ମହବୀୟ, ଇଲୀୟେଲ୍, ଇଲ୍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା; |
47
|
ଇଲୀୟେଲ୍ ଓ ଓବେଦ୍ ଓ ମସୋବାୟୀୟ ଯାସୀୟେଲ୍ । |