Indian Language Bible Word Collections
1 Chronicles 12:39
1 Chronicles Chapters
1 Chronicles 12 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Chronicles Chapters
1 Chronicles 12 Verses
1
|
ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେସମୟରେ ଏହି ଲୋକମାନେ ସିକ୍ଳଗ୍କୁ ତାଙ୍କ କତିକି ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ । |
2
|
ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ । |
3
|
ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍ ଓ ପେଲଟ୍ ଓ ଅନାଥୋତୀୟ ବରାଖା ଓ ଯେହୂ; |
4
|
ପୁଣି ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ୍ ଓ ଯୋହାନନ୍ ଓ ଗଦେରାଥୀୟ ଯୋଷାବଦ୍; |
5
|
ଇଲିୟଷୟ ଓ ଯିରେମୋତ୍ ଓ ବାଲୀୟା ଓ ଶମରୀୟ ଓ ହରୂଫୀୟ ଶଫ୍ଟୀୟ; |
6
|
କୋରହୀୟ ଇଲ୍କାନା ଓ ଯିଶୀୟ ଓ ଅସରେଲ୍ ଓ ଯୋୟେଷର୍ ଓ ଯାଶ୍ବୀୟାମ୍; |
7
|
ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ । |
8
|
ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ୍ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ । |
9
|
ପ୍ରଥମ ଏସର୍, ଦ୍ଵିତୀୟ ଓବଦୀୟ, ତୃତୀୟ ଇଲୀୟାବ୍, |
10
|
ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ, |
11
|
ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍; |
12
|
ଅଷ୍ଟମ ଯୋହାନନ୍, ନବମ ଇଲ୍ସାବଦ୍; |
13
|
ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ । |
14
|
ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ, ସେ ଏକ ସହସ୍ର ଲୋକର ସମାନ ଥିଲା । |
15
|
ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକାସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ । |
16
|
ଆହୁରି ବିନ୍ୟାମୀନ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ । |
17
|
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯେବେ ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ କତିକି ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯେବେ ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ଵର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ । |
18
|
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ଵର ତୁମ୍ଭର ସାହାଯ୍ୟ କରନ୍ତି । ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ । |
19
|
ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶୀୟ-ମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ । |
20
|
ଦାଉଦ ସିକ୍ଳଗ୍କୁ ଯିବା ବେଳେ ମନଃଶି ସମ୍ଵନ୍ଧୀୟ ଅଦ୍ନହ ଓ ଯୋଷାବଦ୍ ଓ ଯିଦୀୟେଲ ଓ ମୀଖାୟେଲ ଓ ଯୋଷାବଦ୍ ଓ ଇଲିହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ । |
21
|
ଆଉ ସେମାନେ ଲୁଟକାରୀ ଦଳ ପ୍ରତିକୂଳରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ । |
22
|
ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ଵରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା । |
23
|
ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ କତିକି ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି । |
24
|
ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ । |
25
|
ଶିମୀୟୋନ୍-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ । |
26
|
ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ । |
27
|
ପୁଣି ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ । |
28
|
ଆଉ ସାଦୋକ୍ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ । |
29
|
ଶାଉଲଙ୍କର ଜ୍ଞାତି ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ଵୀକାର କଲେ । |
30
|
ଇଫ୍ରୟିମ୍-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ । |
31
|
ପୁଣି ମନଃଶିର ଅର୍ଦ୍ଧବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ଆସିବାକୁ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ । |
32
|
ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ । |
33
|
ସବୂଲୂନ୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ଵିମନା ନ ଥିଲେ । |
34
|
ପୁଣି ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ । |
35
|
ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ । |
36
|
ଆଶେର୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ । |
37
|
ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ ଓ ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ । |
38
|
ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ । |
39
|
ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ । |
40
|
ଆହୁରି ଇଷାଖର ଓ ସବୂଲୂନ୍ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ ଓ ଉଷ୍ଟ୍ର ଓ ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମିରିଚକ୍ତି ଓ ଦ୍ରାକ୍ଷାପେଣ୍ତା ଓ ଦ୍ରାକ୍ଷାରସ ଓ ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା । |