Indian Language Bible Word Collections
1 Chronicles 18:11
1 Chronicles Chapters
1 Chronicles 18 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Chronicles Chapters
1 Chronicles 18 Verses
1
|
ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ । |
2
|
ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । |
3
|
ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ । |
4
|
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ; |
5
|
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦରେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟ-ମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ । |
6
|
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । |
7
|
ଆଉ ଦାଉଦ ହଦରେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ । |
8
|
ପୁଣି ଦାଉଦ ହଦରେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ବିସ୍ତର ପିତ୍ତଳ ଆଣିଲେ, ତଦ୍ଦ୍ଵାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ । |
9
|
ଅନନ୍ତର ଦାଉଦ ସୋବାର ରାଜା ହଦରେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ, |
10
|
ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦରେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦରେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା । |
11
|
ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ; ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ । |
12
|
ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ-ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା । |
13
|
ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ । ପୁଣି ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । |
14
|
ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ଵ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ । |
15
|
ପୁଣି ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ-ଲେଖକ ଥିଲା । |
16
|
ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥର ପୁତ୍ର ଅହୀମେଲକ୍ ଯାଜକ ଥିଲେନ୍ତଆଉ ଶାବ୍ଶା ଲେଖକ ଥିଲା । |
17
|
ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ । |