Indian Language Bible Word Collections
1 Kings 15:13
1 Kings Chapters
1 Kings 15 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Kings Chapters
1 Kings 15 Verses
1
|
ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ଅଧିକାରର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜ୍ୟ କରିବାକୁ ଲାଗିଲେ। |
2
|
ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା । |
3
|
ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା । |
4
|
ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ଵର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ । |
5
|
କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ । |
6
|
ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା । |
7
|
ପୁଣି ଅବୀୟାମଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା କି ଯିହୁଦା-ରାଜଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା । |
8
|
ପୁଣି ଅବୀୟାମ ଆପଣା ପିତୃଲୋକଙ୍କ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାଙ୍କର ପଦରେ ରାଜ୍ୟ କଲେ । |
9
|
ଇସ୍ରାଏଲର ରାଜା ଯାରବୀୟାମଙ୍କର ଅଧିକାରର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ । |
10
|
ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜ୍ୟ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା । |
11
|
ପୁଣି ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ । |
12
|
ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣନିର୍ମିତ ଦେବତାସମସ୍ତ ଦୂର କରିଦେଲେ । |
13
|
ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ିଦେଲେ । |
14
|
ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା । |
15
|
ପୁଣି ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ଓ ଆପଣାର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ । |
16
|
ପୁଣି ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା । |
17
|
ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ । |
18
|
ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ତାରରୁ ଓ ରାଜଗୃହର ଭଣ୍ତାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ, |
19
|
ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ । |
20
|
ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍ ଓ ଦାନ୍ ଓ ଆବେଲ୍-ବୈଥ୍-ମାଖା ଓ ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା । |
21
|
ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷା; ହୋଇ ତିର୍ସାରେ ବାସ କଲେ । |
22
|
ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ । ତହିଁରେ ଆସା ରାଜା ବିନ୍ୟାମୀନର ଗେବା ଓ ମିସ୍ପା ନଗର ଦୃଢ଼ କଲେ । |
23
|
ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତା; ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା । |
24
|
ଏଥିଉତ୍ତାରେ ଆସା ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କଲେ । |
25
|
ଯିହୁଦାର ଆସା ରାଜାଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ । |
26
|
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ । |
27
|
ଅନନ୍ତର ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ପୁଣି ବାଶା ପଲେଷ୍ଟୀୟ-ମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ । |
28
|
ଯିହୁଦାର ଆସା ରାଜାଙ୍କ ଅଧିକାରର ତୃତୀୟ ବର୍ଷରେ ବାଶା ନାଦବ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ । |
29
|
ପୁଣି ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକି ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ । |
30
|
କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ଵାରା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କୁ ବିରକ୍ତ କଲେ । |
31
|
ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ସକଳ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? |
32
|
ପୁଣି ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା । |
33
|
ଯିହୁଦାର ଆସା ରାଜାଙ୍କର ଅଧିକାରର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜ୍ୟ କଲେ । |
34
|
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ଵାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ । |