Indian Language Bible Word Collections
1 Peter 2:2
1 Peter Chapters
1 Peter 2 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Peter Chapters
1 Peter 2 Verses
1
|
ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ଵାଦନ କରିଅଛ, |
2
|
ତାହାହେଲେ ସମସ୍ତପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି |
3
|
ନବଜାତ ଶିଶୁ ତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ଦ୍ଵାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର । |
4
|
ଜୀବନ୍ତ ପ୍ରସ୍ତର ସ୍ଵରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ଵାରା ଅଗ୍ରାହ୍ୟହେଲେ ସତ, କିନ୍ତୁ ଈଶ୍ଵରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି, |
5
|
ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ଵରୂପ ହୋଇ ଗୋଟିଏ ପାରମାର୍ଥିକ ଗୃହରୂପରେ ନିର୍ମିତ ହୁଅ । |
6
|
କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସୀୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ଵାସ କରିବ, ସେ ଲଜ୍ଜିତ ହେବ ନାହିଁ । |
7
|
ଏଣୁ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ଵାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର |
8
|
ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ-ସ୍ଵରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ । |
9
|
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ଵାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି ଈଶ୍ଵରଙ୍କ ନିଜସ୍ଵ ପ୍ରଜା ହୋଇଅଛ । |
10
|
ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ଵରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ । |
11
|
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ାକରୁ, ବିମୁଖ ହୁଅ, ସେଗୁଡ଼ାକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ । |
12
|
ତୁମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ଵରଙ୍କ ଗୌରବ କରିବେ । |
13
|
ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ, |
14
|
ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀ-ମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ଵାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ । |
15
|
କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧ-ମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ଵରଙ୍କ ଇଚ୍ଛା; |
16
|
ତୁମ୍ଭେମାନେ ସ୍ଵାଧୀନ ହେଲେହେଁ ତୁମ୍ଭମାନଙ୍କର ସ୍ଵାଧୀନତାକୁ ଦୁଷ୍ଟତାର ଆବରଣ ସ୍ଵରୂପେ ବ୍ୟବହାର ନ କରି ବରଂ ଈଶ୍ଵରଙ୍କ ଦାସ ହୋଇ ସତ୍କର୍ମ କର । |
17
|
ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ଵରଙ୍କୁ ଭୟ କର, ରାଜାଙ୍କୁ ସମାଦର କର । |
18
|
ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ । |
19
|
କାରଣ କେହି ଯେବେ ଈଶ୍ଵରଙ୍କୁ ସାକ୍ଷାତ୍ ମାନି ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ । |
20
|
ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷରୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତିଣ? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ଵରଙ୍କ ନିକଟରେ ପ୍ରଶଂସାର ବିଷୟ । |
21
|
ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି; |
22
|
ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା । |
23
|
ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; |
24
|
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ । |
25
|
କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ । |