Indian Language Bible Word Collections
1 Samuel 13:22
1 Samuel Chapters
1 Samuel 13 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Samuel Chapters
1 Samuel 13 Verses
1
|
ଶାଉଲ [ ତିରିଶ ] ବର୍ଷ ବୟସରେ ରାଜା ହେଲେ ଓ ସେ ଇସ୍ରାଏଲ ଉପରେ [ ତିରିଶ ଉପରେ ] ଦୁଇ ବର୍ଷ ରାଜତ୍ଵ କଲେ । |
2
|
ପୁଣି ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବୈଥେଲ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ । |
3
|
ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ । ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ । |
4
|
ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ଵରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ । ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍ଗଲ୍ରେ ଏକତ୍ର ହେଲେ । |
5
|
ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ଵାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକାରଣ୍ୟ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବୈଥାବନ୍ର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ । |
6
|
ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ପାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ । |
7
|
ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ । |
8
|
ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ଵ କଲେ; ମାତ୍ର ଶାମୁୟେଲ ଗିଲ୍ଗଲ୍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ । |
9
|
ଏଥିରେ ଶାଉଲ କହିଲେ, ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ । ଆଉ ସେ ହୋମବଳି ଉତ୍ସର୍ଗ କଲେ । |
10
|
ପୁଣି, ସେ ହୋମବଳି ଉତ୍ସର୍ଗ କରିବାର ସମାପ୍ତ କରିବାମାତ୍ର ଦେଖ, ଶାମୁୟେଲ ଉପସ୍ଥିତ ହେଲେ; ତହିଁରେ ଶାଉଲ ତାଙ୍କୁ ମଙ୍ଗଳବାଦ କରିବା ପାଇଁ ଭେଟିବାକୁ ଗଲେ । |
11
|
ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋʼ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍ମସ୍ରେ ଏକତ୍ର ହୋଇଅଛନ୍ତି; |
12
|
ଏଥିପାଇଁ ମୁଁ କହିଲି, ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍ଗଲ୍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ । ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି । |
13
|
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ଵ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ । |
14
|
ମାତ୍ର ଏବେ ତୁମ୍ଭର ରାଜତ୍ଵ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ଵେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ । |
15
|
ଅନନ୍ତର ଶାମୁୟେଲ ଉଠି ଗିଲ୍ଗଲ୍ରୁ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାକୁ ଗଲେ । ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ । |
16
|
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍ମସ୍ରେ ଛାଉଣି ସ୍ଥାପନ କଲେ । |
17
|
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ; |
18
|
ପୁଣି ଅନ୍ୟ ଏକ ଦଳ ବୈଥୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ । |
19
|
ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲା; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ଼୍ଗ ବା ବର୍ଚ୍ଛା ନିର୍ମାଣ କରିବେ; |
20
|
ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା; |
21
|
ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା) । |
22
|
ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ଼୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା । |
23
|
ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍ମସ୍ ଘାଟୀକି ଗଲେ । |