Indian Language Bible Word Collections
1 Samuel 16:8
1 Samuel Chapters
1 Samuel 16 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Samuel Chapters
1 Samuel 16 Verses
1
|
ଅନନ୍ତର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା; କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ । |
2
|
ତହିଁରେ ଶାମୁୟେଲ କହିଲେ, ମୁଁ କିରୂପେ ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ । ଆଉ ସଦାପ୍ରଭୁ କହିଲେ, ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ । |
3
|
ପୁଣି ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; ପୁଣି ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ । |
4
|
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥ୍ଲିହିମ୍ରେ ଉପସ୍ଥିତ ହେଲେ । ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ? |
5
|
ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି ମୋʼ ସଙ୍ଗେ ବଳିଦାନ କରିବାକୁ ଆସ । ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ । |
6
|
ପୁଣି ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ । |
7
|
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି । |
8
|
ଏଉତ୍ତାରେ ଯିଶୀ ଅବିନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା । ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି । |
9
|
ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି । |
10
|
ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକି କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି । |
11
|
ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି? ସେ କହିଲା, କେବଳ କନିଷ୍ଠଟି ବାକୀ ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି । ତହିଁରେ ଶାମୁୟେଲ ଯିଶୀକି କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ । |
12
|
ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା । ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର । ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ । |
13
|
ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରା; କଲେ । ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ । |
14
|
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ-ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା । |
15
|
ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ଵରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି । |
16
|
ଏଣୁ ଜଣେ ନିପୁଣ ବୀଣାବାଦକ ଅନ୍ଵେଷଣ କରିବା ପାଇଁ ଆମ୍ଭମାନଙ୍କ ପ୍ରଭୁ ଆପଣା ସମ୍ମୁଖସ୍ଥ ଦାସମାନଙ୍କୁ ଆଜ୍ଞା କରନ୍ତୁ; ତହିଁରେ ପରମେଶ୍ଵରଙ୍କଠାରୁ ସେହି ମନ୍ଦ-ଆତ୍ମା ଆପଣଙ୍କ ଉପରେ ଥିବା ବେଳେ, ସେ ଲୋକ ଆପଣା ହାତରେ ବଜାଇଲେ ଆପଣ ଭଲ ହୋଇଯିବେ । |
17
|
ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋʼ ପାଇଁ ଦେଖି ତାହାକୁ ମୋʼ ନିକଟକୁ ଆଣ । |
18
|
ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲାନ୍ତଣଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି। |
19
|
ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ । |
20
|
ତହିଁରେ ଯିଶୀ ରୋଟୀରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା । |
21
|
ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ । |
22
|
ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି । |
23
|
ଏଣୁ ପରମେଶ୍ଵରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ଵାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ । |