Indian Language Bible Word Collections
1 Samuel 20:16
1 Samuel Chapters
1 Samuel 20 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Samuel Chapters
1 Samuel 20 Verses
1
|
ଅନନ୍ତର ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି? |
2
|
ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ । |
3
|
ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପହଣ୍ତେ ମାତ୍ର ଅଛି । |
4
|
ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି । |
5
|
ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି । |
6
|
ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥ୍ଲିହିମ୍କୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ । |
7
|
ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ଵାରା ଅମଙ୍ଗଳ ସ୍ଥିର ହୋଇଅଛି । |
8
|
ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ? |
9
|
ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ଵାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ? |
10
|
ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ? |
11
|
ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ । ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ । |
12
|
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି? |
13
|
ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ । ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ, । |
14
|
ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋʼ ପ୍ରତି ପ୍ରକାଶ କରିବ; |
15
|
କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ । |
16
|
ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ । |
17
|
ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା; କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା । |
18
|
ପୁଣି ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ । |
19
|
ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟ-ଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ । |
20
|
ପୁଣି ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ଵକୁ ତିନି ତୀର ମାରିବି । |
21
|
ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ । ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ । |
22
|
ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅନ୍ତକାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ । |
23
|
ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ । |
24
|
ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ । |
25
|
ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା । |
26
|
ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ । |
27
|
ମାତ୍ର ଅମାବାସ୍ୟାର ପର ଦିବସ ଦ୍ଵିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କିହେତୁ ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ? |
28
|
ତହୁଁ ଯୋନାଥନ ଶାଉଲଙ୍କୁ ଉତ୍ତର କଲା, ଦାଉଦ ବେଥ୍ଲିହିମ୍କୁ ଯିବା ପାଇଁ ମୋତେ ବହୁତ କହିଲା, |
29
|
ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି । ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ମୋର ଭାଇମାନଙ୍କୁ ଦେଖାଇବା ପାଇଁ ମୋତେ ଛାଡ଼ିଦିଅ । ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ । |
30
|
ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ? |
31
|
କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ । ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଅଣା, କାରଣ ସେ ନିଶ୍ଚୟ ମରିବ । |
32
|
ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, ସେ କାହିଁକି ହତ ହେବ? ସେ କଅଣ କରିଅଛି? |
33
|
ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ଵାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ଵାରା ସ୍ଥିରୀକୃତ ହୋଇଅଛି । |
34
|
ଏହେତୁ ଯୋନାଥନ ପ୍ରଚଣ୍ତ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ଵିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା । |
35
|
ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା । |
36
|
ପୁଣି ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍ । ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା । |
37
|
ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋʼ ସେପାଖରେ ଅଛି ପରା? |
38
|
ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍, ରହ ନା । ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା । |
39
|
ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ । |
40
|
ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ । |
41
|
ପୁଣି ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନିଥର ପ୍ରଣାମ କଲେ; ପୁଣି ସେମାନେ ପରସ୍ପରକୁ ଚୁମ୍ଵନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ । |
42
|
ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ । ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି ଯୋନାଥନ ନଗରକୁ ଗଲା । |