Indian Language Bible Word Collections
1 Samuel 22:10
1 Samuel Chapters
1 Samuel 22 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Samuel Chapters
1 Samuel 22 Verses
1
|
ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ପାକୁ ପଳାଇଲେ, ପୁଣି ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ । |
2
|
ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ । |
3
|
ଏଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପୀକି ଗଲେ; ପୁଣି ସେ ମୋୟାବର ରାଜାକୁ କହିଲେ, ମୁଁ ବିନୟ କରୁଅଛି, ପରମେଶ୍ଵର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ । |
4
|
ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ; ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ । |
5
|
ଏଥି ମଧ୍ୟରେ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲା, ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ । ତେବେ ଦାଉଦ ପ୍ରସ୍ଥାନ କରି ହେରତ୍ ବଣରେ ଉପସ୍ଥିତ ହେଲେ । |
6
|
ଅନନ୍ତର ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ । |
7
|
ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ, |
8
|
ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ? |
9
|
ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି । |
10
|
ପୁଣି ଅହୀମେଲକ୍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ଼୍ଗ ଦେଲା । |
11
|
ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ । |
12
|
ଏଥିରେ ଶାଉଲ କହିଲେ, ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ । ସେ ଉତ୍ତର କଲା, ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି । |
13
|
ପୁଣି ଶାଉଲ ତାହାକୁ କହିଲେ, ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୋଟୀ ଓ ଖଡ଼୍ଗ ଦେଇଅଛ ଓ ସଦାପ୍ରଭୁଙ୍କ ନିକଟରେ ତାହା ପାଇଁ ପଚାରିଅଛ । |
14
|
ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ଵାସ୍ୟ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ । |
15
|
ମୁଁ କʼଣ ପରମେଶ୍ଵରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି? ତାହା ମୋʼଠୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ । |
16
|
ଏଥିରେ ରାଜା କହିଲେ, ହେ ଅହୀମେଲକ୍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ । |
17
|
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ । ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ । |
18
|
ଏଣୁ ରାଜା ଦୋୟେଗ୍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର । ତହିଁରେ ଇଦୋମୀୟ ଦୋୟେଗ୍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା । |
19
|
ପୁଣି ସେ ଯାଜକମାନଙ୍କର ନୋବ୍ ନଗରକୁ ଖଡ଼୍ଗଧାରରେ ଆଘାତ କଲା; ସେ ଖଡ଼୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା । |
20
|
ସେହି ସମୟରେ ଅହୀଟୂବର ପୁତ୍ର ଅହୀମେଲକ୍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା । |
21
|
ପୁଣି ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି । |
22
|
ତହୁଁ ଦାଉଦ ଅବୀୟାଥରକୁ କହିଲେ, ଇଦୋମୀୟ ଦୋୟେଗ୍ ସେଠାରେ ଥିବା ବେଳେ ମୁଁ ସେହିଦିନ ଜାଣିଲି ଯେ, ସେ ନିଶ୍ଚୟ ଶାଉଲଙ୍କୁ ଜଣାଇବ; ମୁଁ ତୁମ୍ଭ ପିତୃଗୃହସ୍ଥ ସମସ୍ତ ପ୍ରାଣୀଙ୍କର ମୃତ୍ୟୁ ଘଟାଇଅଛି । |
23
|
ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ । |