Indian Language Bible Word Collections
1 Samuel 8:17
1 Samuel Chapters
1 Samuel 8 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Samuel Chapters
1 Samuel 8 Verses
1
|
ଅନନ୍ତର ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ⇧ । |
2
|
ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ଵିତୀୟର ନାମ ଅବୀୟ; ଏମାନେ ବେରଶେବାରେ ବିଚାରକର୍ତ୍ତା ଥିଲେ । |
3
|
ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ । |
4
|
ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ; |
5
|
ପୁଣି ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା କର । |
6
|
ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା । ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ । |
7
|
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି । |
8
|
ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି । |
9
|
ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ଵ କରିବ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ । |
10
|
ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ । |
11
|
ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ଵ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ଵାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ । |
12
|
ପୁଣି ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ । |
13
|
ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ । |
14
|
ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ । |
15
|
ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ । |
16
|
ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ । |
17
|
ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ । |
18
|
ପୁଣି ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ । |
19
|
ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ; |
20
|
ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ । |
21
|
ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ । |
22
|
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର । ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ । |