Indian Language Bible Word Collections
1 Timothy 5:8
1 Timothy Chapters
1 Timothy 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Timothy Chapters
1 Timothy 5 Verses
1
|
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ, |
2
|
ବୃଦ୍ଧା ସ୍ତ୍ରୀମାନଙ୍କୁ ମାତୃତୁଲ୍ୟ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଗ୍ନୀତୁଲ୍ୟ ଜ୍ଞାନ କରି ସେହି ପ୍ରକାର କର । |
3
|
ନିରାଶ୍ରୟ ବିଧବାମାନଙ୍କୁ ସମାଦର କର । |
4
|
କିନ୍ତୁ ଯେବେ କୌଣସି ବିଧବାର ପୁତ୍ରକନ୍ୟା ବା ପୌତ୍ରପୌତ୍ରୀ ଥାଆନ୍ତି, ତେବେ ସେମାନେ ପ୍ରଥମରେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ପ୍ରତ୍ୟୁପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ଵରଙ୍କ ଦୃଷ୍ଟିରେ ସୁଗ୍ରାହ୍ୟ ଅଟେ । |
5
|
ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ଵରଙ୍କ ଉପରେ ଭରସା ରଖି ଦିବାରାତ୍ର ନିବେଦନ ଓ ପ୍ରାର୍ଥନାରେ ପ୍ରବୃତ୍ତ ଥାଏ; |
6
|
କିନ୍ତୁ ଯେ ଭୋଗାଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ । |
7
|
ସେମାନେ ଯେଯରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ । |
8
|
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ, । |
9
|
ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ ଊଣା ନୁହେଁ, |
10
|
ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ । |
11
|
କିନ୍ତୁ ଯୁବତୀ ବିଧବାମାନଙ୍କୁ ଅଗ୍ରାହ୍ୟ କର, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; |
12
|
ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ତନୀୟ ହୁଅନ୍ତି । |
13
|
ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଆଳସ୍ୟ-ପ୍ରିୟ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟପ୍ରିୟ ନୁହେଁ, ମାତ୍ର ଅସାର ଗଳ୍ପ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି । |
14
|
ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ; |
15
|
କାରଣ ଏବେ ମଧ୍ୟ କେହି କେହି ଶୟତାନର ପଶ୍ଚାଦ୍ବର୍ତ୍ତୀ ହୋଇ ବିପଥଗାମୀ ହୋଇଅଛନ୍ତି । |
16
|
ଯଦି କୌଣସି ବିଶ୍ଵାସିନୀ ମହିଳାଙ୍କ ଗୃହରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ମୋଚନ କରନ୍ତୁ, ଆଉ ମଣ୍ତଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ତଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ମୋଚନ କରି ପାରେ । |
17
|
ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ତତ୍ତ୍ଵାବଧାନ କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହେଉନ୍ତୁ । |
18
|
କାରଣ ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ” । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । |
19
|
ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ । |
20
|
ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି । |
21
|
ଈଶ୍ଵରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ଵାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି ପକ୍ଷପାତ ଭାବରେ କୌଣସି କାର୍ଯ୍ୟ କର ନାହିଁ । |
22
|
ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ । |
23
|
ଆଉ କେବଳ ଜଳ ପାନ ନ କରି ତୁମ୍ଭର ଉଦର ରୋଗ ଓ ବାରମ୍ଵାର ଅସ୍ଵାସ୍ଥ୍ୟ ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର । |
24
|
କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ । |
25
|
ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ । |