English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

2 Chronicles Chapters

2 Chronicles 10 Verses

1 ଅନନ୍ତର ରିହବୀୟାମ୍ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ ।
2 ଏଥି ମଧ୍ୟରେ ନବାଟର ପୁତ୍ର ଯାରବୀୟାମ୍, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ୍ ସମ୍ଵାଦ ପାଇ ମିସରରୁ ଫେରି ଆସିଲେ ।
3 ଆଉ, ଲୋକମାନେ ତାଙ୍କୁ ଡକାଇ ପଠାଇଲେ; ତହିଁରେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଆସି ରିହବୀୟାମ୍ଙ୍କୁ ଏହି କଥା କହିଲେ;
4 ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ ।
5 ତହୁଁ ସେ ସେମାନଙ୍କୁ କହିଲେ, ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ କତିକି ଆସ । ତହିଁରେ ଲୋକମାନେ ଚାଲିଗଲେ ।
6 ଏଉତ୍ତାରେ ରିହବୀୟାମ୍ ରାଜା ଆପଣା ପିତା ଶଲୋମନଙ୍କର ଜୀବିତ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସହିତ ମନ୍ତ୍ରଣା କରି କହିଲେ, ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ମନ୍ତ୍ରଣା ଦେଉଅଛ?
7 ତେବେ ସେମାନେ ତାଙ୍କୁ କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ ।
8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ମନ୍ତ୍ରଣା କଲେ ।
9 ପୁଣି, ସେ ସେମାନଙ୍କୁ କହିଲେ, ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ମନ୍ତ୍ରଣା ଦେଉଅଛ?
10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ, ମୋହର କନିଷ୍ଠ ଅଙ୍ଗୁଳି ମୋହର ପିତାଙ୍କ କଟିଠାରୁ ମୋଟ ।
11 ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି ।
12 ଏଥିରେ ତୃତୀୟ ଦିନରେ ମୋʼ ନିକଟକୁ ପୁଣି ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ୍ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମ୍ଙ୍କ ନିକଟକୁ ଆସିଲେ ।
13 ତହିଁରେ ରାଜା ସେମାନଙ୍କୁ କଟୁ ଉତ୍ତର ଦେଲେ । ପୁଣି ରିହବୀୟାମ୍ ରାଜା ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି
14 ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି ।
15 ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ଵରଙ୍କ ଆଡ଼ୁ ଘଟିଲା ।
16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ । ତହୁଁ ଇସ୍ରାଏଲ-ଲୋକ ସମସ୍ତେ ଆପଣା ଆପଣା ତମ୍ଵୁକୁ ଚାଲିଗଲେ ।
17 ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ୍ ରାଜ୍ୟ କଲେ ।
18 ଏଥି ଉତ୍ତାରେ ରିହବୀୟାମ୍ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା । ତହିଁରେ ରିହବୀୟାମ୍ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ ।
19 ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ ।
×

Alert

×