Indian Language Bible Word Collections
2 Chronicles 11:22
2 Chronicles Chapters
2 Chronicles 11 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Chronicles Chapters
2 Chronicles 11 Verses
1
|
ଏଉତ୍ତାରେ ରିହବୀୟାମ୍ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମ୍ଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଚ୍ଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ । |
2
|
ମାତ୍ର ପରମେଶ୍ଵରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା । |
3
|
ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମ୍ଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ ନିବାସୀ ସମସ୍ତ ଇସ୍ରାଏଲକୁ କୁହ, |
4
|
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି । ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ୍ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ । |
5
|
ଏଉତ୍ତାରେ ରିହବୀୟାମ୍ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ । |
6
|
ସେ ବେଥଲିହିମ ଓ ଐଟମ୍ ଓ ତକୋୟ |
7
|
ଓ ବୈଥ୍ସୂର ଓ ସୋଖୋ ଓ ଅଦୁଲ୍ଲମ୍ |
9
|
ଓ ଅଦୋରୟୀମ୍ ଓ ଲାଖୀଶ୍ ଓ ଅସେକା, |
10
|
ସରା ଓ ଅୟାଲୋନ୍ ଓ ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନର ମଧ୍ୟବର୍ତ୍ତୀ ଏହି ପ୍ରାଚୀରବେଷ୍ଟିତ ନଗରସବୁ ନିର୍ମାଣ କଲେ । |
11
|
ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ । |
12
|
ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ । ଆଉ ଯିହୁଦା ଓ ବିନ୍ୟାମୀନ ତାଙ୍କର ପକ୍ଷ ହେଲେ । |
13
|
ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ । |
14
|
କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ୍ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ । |
15
|
ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ (ଦେବତା-ମାନଙ୍କର) ଓ ସ୍ଵର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ । |
16
|
ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅନ୍ଵେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍ ଯିରୂଶାଲମକୁ ଆସିଲେ । |
17
|
ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍ଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ । |
18
|
ପୁଣି, ରିହବୀୟାମ୍ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବର କନ୍ୟା ଅବୀହୟିଲର କନ୍ୟା ଥିଲା; |
19
|
ସେ ତାଙ୍କ ଔରସରେ ଯିୟୂଶ୍ ଓ ଶମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା । |
20
|
ଏଥି ଉତ୍ତାରେ ରିହବୀୟାମ୍ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ୟ ଓ ସୀଷ ଓ ଶଲୋମୀତକୁ ଜାତ କଲା । |
21
|
ରିହବୀୟାମ୍ ଆପଣାର ସବୁ ପନିୀ ଓ ଉପପନିୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପନିୀ ଓ ଷାଠିଏ ଉପପନିୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ । |
22
|
ପୁଣି ରିହବୀୟାମ୍ ମାଖାର ପୁତ୍ର ଅବୀୟକୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା । |
23
|
ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ । ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ । |