Indian Language Bible Word Collections
2 Chronicles 17:6
2 Chronicles Chapters
2 Chronicles 17 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Chronicles Chapters
2 Chronicles 17 Verses
1
|
ଅନନ୍ତର ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ । |
2
|
ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀଦଳ ସ୍ଥାପନ କଲେ । |
3
|
ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ଦେବଗଣର ଅନ୍ଵେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; |
4
|
ପୁଣି, ସେ ଆପଣା ପୈତୃକ ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ତାହାଙ୍କ ଆଜ୍ଞା ପଥରେ ଚଳି ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ । |
5
|
ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ । |
6
|
ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ । |
7
|
ମଧ୍ୟ ସେ ଆପଣା ଅଧିକାରର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ ଓ ଓବଦୀୟ ଓ ଜିଖରୀୟ ଓ ନଥନେଲ ଓ ମୀଖାୟକୁ ପଠାଇଲେ; |
8
|
ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ ଓ ନଥନୀୟ ଓ ସବଦୀୟ ଓ ଅସାହେଲ ଓ ଶମୀରାମୋତ୍ ଓ ଯିହୋନାଥନ୍ ଓ ଅଦୋନୀୟ ଓ ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ । |
9
|
ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ । |
10
|
ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ । |
11
|
ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ । |
12
|
ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ତାର-ନଗରମାନ ନିର୍ମାଣ କଲେ । |
13
|
ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ । |
14
|
ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ । |
15
|
ତାହା ଉତ୍ତାରେ ଯିହୋହାନନ୍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ । |
16
|
ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ଵେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ; |
17
|
ପୁଣି, ବିନ୍ୟାମୀନ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ; |
18
|
ଆଉ ତାହା ଉତ୍ତାରେ ଯିହୋଷାବଦ୍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ । |
19
|
ରାଜା ଯିହୁଦାର ସର୍ବତ୍ର ପ୍ରାଚୀରବେଷ୍ଟିତ ନଗର-ମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ । |