Indian Language Bible Word Collections
2 Chronicles 19:10
2 Chronicles Chapters
2 Chronicles 19 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Chronicles Chapters
2 Chronicles 19 Verses
1
|
ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ । |
2
|
ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, ଦୁଷ୍ଟ-ମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ । |
3
|
ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି । |
4
|
ପୁଣି ଯିହୋଶାଫଟ୍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ଵରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ । |
5
|
ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀରବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ |
6
|
ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି । |
7
|
ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ । |
8
|
ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ । ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ । |
9
|
ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ଵସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର । |
10
|
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ଵାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ⇧; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ । |
11
|
ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ । ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ । |