Indian Language Bible Word Collections
2 Chronicles 9:6
2 Chronicles Chapters
2 Chronicles 9 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Chronicles Chapters
2 Chronicles 9 Verses
1
|
ଅନନ୍ତର ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ଵାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା । |
2
|
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ । |
3
|
ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ |
4
|
ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠିଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା । |
5
|
ତହୁଁ ସେ ରାଜାଙ୍କୁ କହିଲା, ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ଵାଦ ପାଇଥିଲୁ, ତାହା ସତ୍ୟ । |
6
|
ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବାଯାଏ ଲୋକମାନଙ୍କର କଥା ବିଶ୍ଵାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ । |
7
|
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି । |
8
|
ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ଵର ଇସ୍ରାଏଲକୁ ଅନ; କାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ । |
9
|
ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳ; ସୁନା ଓ ଅତି ବିସ୍ତର ସୁଗନ୍ଧିଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧିଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧିଦ୍ରବ୍ୟ ଆଉ ନ ଥିଲା । |
10
|
ପୁଣି ହୂରମ୍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀର୍ରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନକାଷ୍ଠ ଓ ମଣି ଆଣିଲେ । |
11
|
ଆଉ ରାଜା ସେହି ଚନ୍ଦନକାଷ୍ଠ ଦ୍ଵାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନକାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା । |
12
|
ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) । ଏଥି ଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ । |
13
|
ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳ; ପରିମିତ ସୁନା ଆସେ; |
14
|
ତାହା ଛଡ଼ା ପାଇକରମାନେ ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ । |
15
|
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ (ଶେକଲ) ସୁନା ଲାଗିଲା । |
16
|
ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ଶହ (ଶେକଲ) ସୁନା ଲାଗିଲା; ଆଉ, ରାଜା ଲିବାନୋନ୍ ଅରଣ୍ୟ-ଗୃହରେ ତାହାସବୁ ରଖିଲେ । |
17
|
ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ । |
18
|
ସେହି ସିଂହାସନରେ ଏକ ସ୍ଵର୍ଣ୍ଣମୟ ପାଦପୀଠ ସହିତ ଛଅ ପାବଚ୍ଛ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ଵନ ଥିଲା ଓ ସେହି ହସ୍ତାବଲମ୍ଵନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ । |
19
|
ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା । |
20
|
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ୍ ଅରଣ୍ୟ-ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା । |
21
|
କାରଣ ହୂରମ୍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି । |
22
|
ଏହିରୂପେ ଶଲୋମନ ରାଜା ଐଶ୍ଵର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ । |
23
|
ଆଉ ପରମେଶ୍ଵର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ । |
24
|
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧିଦ୍ରବ୍ୟ, ଅଶ୍ଵ ଓ ଖଚର ଆଣିଲେ । |
25
|
ଆଉ ଶଲୋମନଙ୍କର ଅଶ୍ଵ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ଵାରୂଢ଼ ଥିଲେ, ଏସବୁକୁ ସେ ରଥ ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ । |
26
|
ଆଉ, ସେ (ଫରାତ୍) ନଦୀଠାରୁ ପଲେଷ୍ଟୀୟ-ମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ଵ କଲେ । |
27
|
ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ । |
28
|
ଆଉ ଲୋକମାନେ ମିସରରୁ ଓ ସମସ୍ତ ଦେଶରୁ ଶଲୋମନଙ୍କ ପାଇଁ ଅଶ୍ଵ ଆଣିଲେ । |
29
|
ଶଲୋମନଙ୍କର ଅବଶିଷ୍ଟ ବୃତ୍ତା; ଆଦ୍ୟ; ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମ୍ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କʼଣ ଲେଖା ନାହିଁ⇧? |
30
|
ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ଵ କଲେ । |
31
|
ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ୍ ତାଙ୍କର ପଦରେ ରାଜ୍ୟ କଲେ । |