Indian Language Bible Word Collections
2 Corinthians 6:14
2 Corinthians Chapters
2 Corinthians 6 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Corinthians Chapters
2 Corinthians 6 Verses
1
|
ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ । |
2
|
କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ ।” ଦେଖ, ଏବେ ମହା ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ । |
3
|
ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, |
4
|
ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ, |
5
|
ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ, |
6
|
ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳ ଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ, |
7
|
ସତ୍ୟ ବାକ୍ୟରେ, ଈଶ୍ଵରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମ ହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ଵାରା, |
8
|
ଗୌରବ ଓ ଅନାଦର ଦ୍ଵାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ଵାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ, |
9
|
ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ, |
10
|
ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ଵରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ । |
11
|
ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି । |
12
|
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ । |
13
|
ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ । |
14
|
ଅବିଶ୍ଵାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? |
15
|
ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ଵା ଅବିଶ୍ଵାସୀ ସହିତ ବିଶ୍ଵାସୀର କି ଅଂଶ? |
16
|
ପ୍ରତିମା ସହିତ ଈଶ୍ଵରଙ୍କ ମନ୍ଦିରର କି ସମ୍ଵନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ଵରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ଵର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ । |
17
|
ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,” |
18
|
ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି । |