Indian Language Bible Word Collections
2 Corinthians 9:2
2 Corinthians Chapters
2 Corinthians 9 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Corinthians Chapters
2 Corinthians 9 Verses
1
|
ପ୍ରକୃତରେ ସାଧୁମାନଙ୍କ ସେବା ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର; |
2
|
କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ଵନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି ତୁମ୍ଭମାନଙ୍କ ଉଦ୍ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି । |
3
|
ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ଵନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ, |
4
|
କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ଵାସ ବିଷୟରେ ଲଜ୍ଜିତ ହେବା । |
5
|
ଏଣୁ ତୁମ୍ଭମାନଙ୍କର ପୂର୍ବପ୍ରତିଜ୍ଞାତ ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ଵଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି । |
6
|
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ । |
7
|
ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ଵର ହୃଷ୍ଟଚିତ୍ତ ଦାତାକୁ ଭଲ ପାଆନ୍ତି । |
8
|
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥିନିମନ୍ତେ ଈଶ୍ଵର ତୁମ୍ଭମାନଙ୍କୁ ସର୍ବପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, |
9
|
ଯେପରି ଲେଖାଅଛି, “ସେ ମୁକ୍ତହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଚିରକାଳସ୍ଥାୟୀ ।” |
10
|
ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ; |
11
|
ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବପ୍ରକାର ବଦାନ୍ୟତା ଦେଖାଇ ପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ଵାରା ଈଶ୍ଵରଙ୍କ ଧନ୍ୟବାଦର କାରଣ ହେବ । |
12
|
କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ଦ୍ଵାରା ମଧ୍ୟ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି, |
13
|
ଅର୍ଥାତ୍ ଏହି ସେବାକର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ଵୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି, |
14
|
ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ଵରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି । |
15
|
ଈଶ୍ଵରଙ୍କ ଅକଥନୀୟ ଦାନ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ । |