Indian Language Bible Word Collections
2 Kings 19:34
2 Kings Chapters
2 Kings 19 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Kings Chapters
2 Kings 19 Verses
1
|
ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ିହୋଇ ସଦାପ୍ରଭୁଙ୍କ ଗୃହକୁ ଗଲେ । |
2
|
ପୁଣି ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶିବ୍ନ ଲେଖକକୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ । |
3
|
ତହିଁରେ ସେମାନେ ତାଙ୍କୁ କହିଲେ, ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ଵାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ । |
4
|
ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର । |
5
|
ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ । |
6
|
ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ନ ହୁଅ । |
7
|
ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ଼୍ଗ ଦ୍ଵାରା ତାହାକୁ ନିପାତ କରିବା । |
8
|
ଅନନ୍ତର ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା; |
9
|
ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି । ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା, |
10
|
ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ଵାସଭୂମି ପରମେଶ୍ଵର ତୁମ୍ଭକୁ ନ ଭୁଲାଉନ୍ତୁ । |
11
|
ଦେଖ, ଅଶୂରୀୟ ରାଜାମାନେ ବର୍ଜନୀୟ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ? |
12
|
ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ୍ ଓ ହାରୋଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ୍ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ? |
13
|
ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି? |
14
|
ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ; ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲେ । |
15
|
ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ଵର ଅଟ; ତୁମ୍ଭେ ସ୍ଵର୍ଗ ଓ ପୃଥିବୀ ନିର୍ମାଣ କରିଅଛ । |
16
|
ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ଵଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ । |
17
|
ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି |
18
|
ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ । |
19
|
ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ଵର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ । |
20
|
ଏଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ । |
21
|
ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ତ ହଲାଇଅଛି । |
22
|
ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ । |
23
|
ତୁମ୍ଭେ ଆପଣା ଦୂତମାନଙ୍କ ଦ୍ଵାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ଵକୁ, ଲିବାନୋନ୍ର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ର ରୂପ ଅରଣ୍ୟରେ ପ୍ରବେଶ କରିବା । |
24
|
ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା । |
25
|
କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ । |
26
|
ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ-ଉପରିସ୍ଥ ଘାସ ଓ ଅପକ୍ଵ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ । |
27
|
ମାତ୍ର ତୁମ୍ଭର ବସିବାର ଓ ବାହାରକୁ ଯିବାର ଓ ଭିତରକୁ ଆସିବାର ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ଆମ୍ଭେ ଜାଣୁ । |
28
|
ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା । |
29
|
ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଓ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର । |
30
|
ପୁଣି ଯିହୁଦା-ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ । |
31
|
କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ; ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ । |
32
|
ଏହେତୁ ସଦାପ୍ରଭୁ; ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ । |
33
|
ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରି ଯିବ ଓ ସେ ଏହି ନଗରକୁ ଆସିବ ନାହିଁ । |
34
|
କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା । |
35
|
ଅନନ୍ତର ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି । |
36
|
ତହିଁରେ ଅଶୂରର ରାଜା ସନ୍ହେରୀବ୍ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା । |
37
|
ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର୍ ତାହାକୁ ଖଡ଼୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ ଦେଶକୁ ପଳାୟନ କଲେ । ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା । |