English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

2 Kings Chapters

2 Kings 9 Verses

1 ଅନନ୍ତର ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍-ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, ତୁମ୍ଭ କଟି ବାନ୍ଧ ଓ ଏହି ତୈଳ-ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ ।
2 ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟଙ୍କର ପୁତ୍ର ଯେହୂଙ୍କର ଅନ୍ଵେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକି ନେଇଯାଅ ।
3 ପୁଣି ତୈଳ-ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ । ତହୁଁ ତୁମ୍ଭେ ଦ୍ଵାର ଫିଟାଇ ପଳାଇଯାଅ ଓ ବିଳମ୍ଵ ନ କର ।
4 ତହିଁରେ ସେ ଯୁବା, ଅର୍ଥାତ୍, ସେହି ଯୁବା ଭବିଷ୍ୟଦ୍ବକ୍ତା ରାମୋତ୍-ଗିଲୀୟଦକୁ ଗଲେ ।
5 ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି । ତହୁଁ ଯେହୂ କହିଲେ, ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ? ତହିଁରେ ସେ କହିଲେ, ହେ ସେନାପତି, ତୁମ୍ଭଠାରେ ।
6 ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ ।
7 ପୁଣି ଆମ୍ଭେ ଯେପରି ଈଷେବଲ୍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍-ବକ୍ତାଗଣର ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ ।
8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା ।
9 ଆଉ ଆମ୍ଭେ ଆହାବ-ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା ।
10 ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ । ତହୁଁ ଭବିଷ୍ୟଦ୍ବକ୍ତା ଦ୍ଵାର ଫିଟାଇ ପଳାଇଗଲେ ।
11 ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ କତିକି ଆସିଥିଲା? ତହିଁରେ ସେ ସେମାନଙ୍କୁ କହିଲେ, ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ ।
12 ଏଥିରେ ସେମାନେ କହିଲେ, ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ । ତହୁଁ ସେ କହିଲେ, ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ ।
13 ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, ଯେହୂ ରାଜା ହେଲେ ।
14 ଏଥିରେ ନିମ୍ଶିଙ୍କର ପୌତ୍ର ଯିହୋଶାଫଟଙ୍କର ପୁତ୍ର ଯେହୂ ଯୋରାମ୍ଙ୍କ ବିରୁଦ୍ଧରେ ଚକ୍ରା; କଲେ । (ସେସମୟରେ ଯୋରାମ୍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲୀୟଦ ରକ୍ଷା କରୁଥିଲେ ।
15 ମାତ୍ର ଯୋରାମ୍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ) । ପୁଣି ଯେହୂ କହିଲେ, ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ ।
16 ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍ ଶଯ୍ୟାଗତ ହୋଇଥିଲେ । ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍ଙ୍କୁ ଦେଖିବାକୁ ଆସିଥିଲେ ।
17 ସେତେବେଳେ ପ୍ରହରୀ ଯିଷ୍ରିୟେଲ-ଦୁର୍ଗ ଉପରେ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ନିରୀକ୍ଷଣ କରି କହିଲା, ମୁଁ ଏକ ଦଳ ଲୋକ ଦେଖୁଅଛି । ତହିଁରେ ଯୋରାମ୍ କହିଲେ, ଜଣେ ଅଶ୍ଵାରୋହୀକି ନେଇ ସେମାନଙ୍କୁ ଭେଟିବା ପାଇଁ ପଠାଅ ଓ ସେ ପଚାରୁ, କୁଶଳ କି?
18 ତହିଁରେ ଜଣେ ଅଶ୍ଵ ଚଢ଼ି ତାଙ୍କୁ ଭେଟିବାକୁ ଯାଇ କହିଲା, ରାଜା ପଚାରୁଅଛନ୍ତି, କୁଶଳ କି? ତହିଁରେ ଯେହୂ କହିଲେ, କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ । ଏଥିରେ ପ୍ରହରୀ ଜଣାଇ କହିଲା, ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରି ଆସୁ ନାହିଁ ।
19 ତହୁଁ ସେ ଦ୍ଵିତୀୟ ଜଣକୁ ଅଶ୍ଵରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, ରାଜା ପଚାରୁଅଛନ୍ତି, କୁଶଳ କି? ପୁଣି ଯେହୂ ଉତ୍ତର କଲେ, କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ ।
20 ଏଥିରେ ପ୍ରହରୀ ଜଣାଇ କହିଲା, ସେ ଜଣ ହିଁ ସେମାନଙ୍କ ନିକଟକୁ ଗଲା, ଆଉ ସେ ଫେରି ଆସୁ ନାହିଁ; ପୁଣି ରଥଚାଳନ ନିମ୍ଶିର ପୁତ୍ର ଯେହୂର ଚାଳନ ପରି; କାରଣ ସେ ଅତି ପ୍ରଚଣ୍ତ ବେଗରେ ଚଳାଏ ।
21 ତେବେ ଯୋରାମ୍ କହିଲେ, ରଥ ପ୍ରସ୍ତୁତ କର । ତହିଁରେ ସେମାନେ ତାଙ୍କର ରଥ ପ୍ରସ୍ତୁତ କଲେ । ପୁଣି ଇସ୍ରାଏଲର ରାଜା ଯୋରାମ୍ ଓ ଯିହୁଦାର ରାଜା ଅହସୀୟ ଆପଣା ଆପଣା ରଥରେ ବାହାରିଲେ, ଆଉ ସେମାନେ ଯେହୂଙ୍କୁ ଭେଟିବାକୁ ଯାଇ ଯିଷ୍ରିୟେଲୀୟ ନାବୋତର ଭୂମିରେ ତାଙ୍କୁ ଦେଖିଲେ ।
22 ପୁଣି ଯୋରାମ୍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, ଯେହୂ କୁଶଳ କି? ତହିଁରେ; ସେ ଉତ୍ତର କଲେ, ଯେଯାଏ ତୁମ୍ଭ ମାତା ଈଷେବଲ୍ର ଏତେ ବ୍ୟଭିଚାର ଓ ମାୟାବିତ୍ଵ ଅଛି, ସେଯାଏ କି କୁଶଳ?
23 ଏଥିରେ ଯୋରାମ୍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, ହେ ଅହସୀୟ, ଶଠତା ହେଲା ।
24 ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରି ଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ ।
25 ତେବେ ଯେହୂ ଆପଣା ସେନାପତି ବିଦ୍କରକୁ କହିଲେ, ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ରଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇଥିଲେ, ଏହା ସ୍ମରଣ କର;
26 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି । ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ ।
27 ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ-ଗୃହର ପଥ ଦେଇ ପଳାଇଲେ । ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, ତାହାକୁ ମଧ୍ୟ ରଥରେ ଆଘାତ କର; ତହୁଁ ସେମାନେ ଯିବ୍ଲୀୟମ୍ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ । ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ ।
28 ତହୁଁ ତାଙ୍କର ଦାସମାନେ ତାଙ୍କୁ ରଥରେ ଯିରୂଶାଲମକୁ ନେଇଗଲେ ଓ ଦାଉଦ-ନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କର କବରରେ ତାଙ୍କୁ କବର ଦେଲେ ।
29 ଆହାବଙ୍କର ପୁତ୍ର ଯୋରାମ୍ଙ୍କର ଅଧିକାରର ଏକାଦଶ ବର୍ଷରେ ଅହସୀୟ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କରିଥିଲେ ।
30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା ।
31 ପୁଣି ଯେହୂ ଦ୍ଵାରରେ ପ୍ରବେଶ କରିବା ବେଳେ ଈଷେବଲ୍ କହିଲା, ହେ ଆପଣା ପ୍ରଭୁର ହତ୍ୟାକାରୀ ସିମ୍ରି, କୁଶଳ କି?
32 ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, କିଏ ମୋʼ ପକ୍ଷରେ ଅଛି? କିଏ? ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ ।
33 ଏଥିରେ ସେ କହିଲେ, ତାକୁ ତଳକୁ ପକାଇଦିଅ । ତହୁଁ ସେମାନେ ତାକୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ଵମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦତଳେ ଦଳିଲେ ।
34 ଏଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା ।
35 ଏଥିରେ ସେମାନେ ତାକୁ କବର ଦେବାକୁ ଗଲେ; ମାତ୍ର ତାହା ମୁଣ୍ତର ଖପୁରୀ ଓ ପାଦ ଓ ହାତ-ପାପୁଲି ଛଡ଼ା ଆଉ କିଛି ପାଇଲେ ନାହିଁ ।
36 ଏହେତୁ ସେମାନେ ଫେରି ଆସି ତାଙ୍କୁ ଜଣାଇଲେ । ତହିଁରେ ସେ କହିଲେ, ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ଵାରା ଏହା କହିଥିଲେ, ଯଥା, ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲର ମାଂସ ଖାଇବେ;
37 ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ ।
×

Alert

×