English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

2 Samuel Chapters

2 Samuel 22 Verses

1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କଲେ;
2 ସେ କହିଲେ, ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ର⇧ ଓ ମୋହର ରକ୍ଷାକର୍ତ୍ତା,
3 ମୋହର ଶୈଳ ସ୍ଵରୂପ ପରମେଶ୍ଵର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି । ମୋହର ଢାଲ ଓ ମୋହର ପରିତ୍ରାଣ ସ୍ଵରୂପ ଶୃଙ୍ଗ⇧, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରୁଅଛ ।
4 ମୁଁ ସଦାପ୍ରଭୁଙ୍କୁ ଆହ୍ଵାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି ।
5 କାରଣ ମୃତ୍ୟୁରୂପ ଲହରୀ ମୋତେ ବେଷ୍ଟନ କଲା, ପାପାଧମତାର ପ୍ଳାବନ ମୋତେ ଭୀତ କଲା ।
6 ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା ।
7 ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ଵରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା ।
8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ତଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସେ ପ୍ରଜ୍ଵଳିତ ହୋଇ ଉଠିଲେ ।
9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା ।
10 ସେ ମଧ୍ୟ ଆକାଶମଣ୍ତଳକୁ ନତ କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା ।
11 ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ ।
12 ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ଵରୂପ କଲେ।
13 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପ୍ରଜ୍ଵଳିତ ହେଲା ।
14 ସଦାପ୍ରଭୁ ଆକାଶରୁ ଗର୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ ।
15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ଵାରା ସେମାନଙ୍କୁ ଉଦ୍ବିଗ୍ନ କଲେ ।
16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ଵାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା ।
17 ସେ ଊର୍ଦ୍ଧ୍ଵରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ ।
18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀ-ମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋର ପ୍ରତି ଅତି ବଳବାନ ଥିଲେ ।
19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ଅବଲମ୍ଵନ ହେଲେ ।
20 ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼଠାରେ ସନ୍ତୁଷ୍ଟ ହେଲେ ।
21 ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ଶୌଚାନୁସାରେ ମୋତେ ଫଳ ଦେଲେ ।
22 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ଵରଙ୍କୁ ତ୍ୟାଗ କଲି ନାହିଁ ।
23 ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ ।
24 ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି ।
25 ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ଶୌଚାନୁସାରେ ମୋତେ ଫଳ ଦେଲେ ।
26 ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ ।
27 ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ ।
28 ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କରିବ; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ ।
29 ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ ।
30 କାରଣ ମୁଁ ତୁମ୍ଭ ଦ୍ଵାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ଵରଙ୍କ ଦ୍ଵାରା ପାଚେରୀ ଡିଏଁ ।
31 ସେ ପରମେଶ୍ଵର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ ।
32 ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ଵର? ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛଡ଼ା ଆଉ କିଏ ଶୈଳ?
33 ପରମେଶ୍ଵର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକକୁ ଆପଣା ପଥରେ କଢ଼ାଇ ନିଅନ୍ତି ।
34 ସେ ତାହାର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋର ଉଚ୍ଚସ୍ଥଳୀରେ ବସାନ୍ତି ।
35 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ ।
36 ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି ।
37 ତୁମ୍ଭେ ମୋʼ ତଳେ ମୋର ପାଦ-ବିକ୍ଷେପର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ ।
38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ ।
39 ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି ।
40 ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ ମୋହର କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ ।
41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀ-ମାନଙ୍କୁ ଉଚ୍ଛିନ୍ନ କଲି ।
42 ସେମାନେ ଅନାଇଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ ।
43 ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି ।
44 ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ ।
45 ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ; ସେମାନେ ମୋʼ ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ ।
46 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣା-ମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ ।
47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ ।
48 ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି ।
49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ ।
50 ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି ।
51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନ; କାଳ ଦୟା ବ୍ୟବହାର କରନ୍ତି।
×

Alert

×