Indian Language Bible Word Collections
2 Samuel 5:12
2 Samuel Chapters
2 Samuel 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Samuel Chapters
2 Samuel 5 Verses
1
|
ଅନନ୍ତର ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ କତିକି ଆସି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ । |
2
|
ଗତ କାଳରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ । |
3
|
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ⇧ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ । |
4
|
ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ଵ କଲେ । |
5
|
ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ଵ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ଵ କଲେ । |
6
|
ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ; ତହିଁରେ ଦାଉଦ ଏସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏସ୍ଥାନକୁ ଆସି ପାରିବ ନାହିଁ । |
7
|
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା । |
8
|
ପୁଣି ଦାଉଦ ସେହି ଦିନ କହିଲେ, ଯେ କେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳପ୍ରଣାଳୀକି ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ଛୋଟା ଓ ଅନ୍ଧମାନଙ୍କୁ ବଧ କରୁ । ଏହେତୁ ଲୋକେ କହନ୍ତି, ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ଘର ଭିତରକୁ ଆସି ପାରିବ ନାହିଁ । |
9
|
ଅନନ୍ତର ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ । ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗୃହାଦି ନିର୍ମାଣ କଲେ । |
10
|
ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଦାଉଦଙ୍କର ସହାୟ ହେବାରୁ ସେ ଆହୁରି ଆହୁରି ମହାନ ହେଲେ । |
11
|
ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ । |
12
|
ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ । |
13
|
ଅନନ୍ତର ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପନିୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ । |
14
|
ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ସମ୍ମୂୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ୍ |
15
|
ଓ ୟିଭର ଓ ଇଲୀଶୂୟ ଓ ନେଫଗ୍ ଓ ଯାଫୀୟ |
16
|
ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ । |
17
|
ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ । |
18
|
ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହୋଇଥିଲେ । |
19
|
ଏଥିରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଉଠି ଯାଅ; କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା । |
20
|
ତହୁଁ ଦାଉଦ ବାଲ୍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ଵାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି । ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ । |
21
|
ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେସବୁ ଦଗ୍ଧ କଲେ । |
22
|
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହେଲେ । |
23
|
ତହିଁରେ ଦାଉଦ ସଦାପ୍ରଭୁଙ୍କୁ ପଚାରନ୍ତେ ସେ କହିଲେ, ତୁମ୍ଭେ ଉଠି ନ ଯାଅ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର । |
24
|
ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ ଉଦ୍ୟମ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ । |
25
|
ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ । |