Indian Language Bible Word Collections
2 Samuel 8:2
2 Samuel Chapters
2 Samuel 8 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Samuel Chapters
2 Samuel 8 Verses
1
|
ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ସେମାନଙ୍କ ମାତୃନଗରର କର୍ତ୍ତୃତ୍ଵ ନେଲେ । |
2
|
ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ । ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ⇧ । |
3
|
ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ । |
4
|
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼-ଶିରା କାଟି ପକାଇଲେ,ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ । |
5
|
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ । |
6
|
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । |
7
|
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ । |
8
|
ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ । |
9
|
ଅନନ୍ତର ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ, |
10
|
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା । ପୁଣି ଯୋରାମ୍ ଆପଣା ସଙ୍ଗେ ରୂପାପାତ୍ର ଓ ସୁନାପାତ୍ର ଓ ପିତ୍ତଳପାତ୍ର ନେଇ ଆସିଥିଲା । |
11
|
ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେସମସ୍ତ ଗୋଷ୍ଠୀକି ବଶୀଭୂତ କରିଥିଲେ, ସେମାନଙ୍କ ଠାରୁ, |
12
|
ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟ-ମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ । |
13
|
ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟ-ମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ । |
14
|
ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ । ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ । |
15
|
ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ । |
16
|
ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା; |
17
|
ପୁଣି ଅହୀଟୂବର ପୁତ୍ର ସାଦୋକ୍ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା; |
18
|
ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ଯାଜକ ଥିଲେ । |