Indian Language Bible Word Collections
2 Thessalonians 3:18
2 Thessalonians Chapters
2 Thessalonians 3 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
2 Thessalonians Chapters
2 Thessalonians 3 Verses
1
|
ଅବଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେରୂପେ, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ, |
2
|
ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ଵାସ ନାହିଁ। |
3
|
କିନ୍ତୁ ପ୍ରଭୁ ବିଶ୍ଵସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ । |
4
|
ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହିସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ସମ୍ଵନ୍ଧରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ଵାସ । |
5
|
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ଵରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ଧୈର୍ଯ୍ୟରୂପ ପଥରେ ଅଗ୍ରସର କରାଉନ୍ତୁ । |
6
|
ହେ ଭ୍ରାତୃବୃନ୍ଦ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପ୍ରାପ୍ତ ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟ ପରାୟଣ ଆଚରଣ କରେ, ତାହାଠାରୁ ଆପଣା ଆପଣାକୁ ପୃଥକ କର । |
7
|
କାରଣ କିପରି ଆମ୍ଭମାନଙ୍କୁ ଅନୁକରଣ କରିବା ତୁମ୍ଭମାନଙ୍କର ଉଚିତ୍ ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟ ପରାୟଣ ଆଚରଣ କରି ନ ଥିଲୁ, |
8
|
କିଅବା ବିନାମୂଲ୍ୟରେ କାହାରି ଅନ୍ନ ଭୋଜନ କରି ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଭାର ସ୍ଵରୂପ ନ ହେବା ପାଇଁ ପରିଶ୍ରମ ଓ କ୍ଳେଶ ସହ ଦିବାରାତ୍ର କାର୍ଯ୍ୟ କରିଥିଲୁ; |
9
|
ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁକରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶ ରୂପେ ଦେଖାଇବା ପାଇଁ ସେପରି କଲୁ । |
10
|
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେକେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ । |
11
|
ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟ ପରାୟଣ ଆଚରଣ କରୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ । |
12
|
ଏହିପ୍ରକାର ଲୋକମାନଙ୍କୁ ଶା; ଭାବରେ କାର୍ଯ୍ୟ କରି ନିଜ ନିଜର ଅନ୍ନ ଭୋଜନ କରିବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ । |
13
|
କିନ୍ତୁ ହେ ଭ୍ରାତୃବୃନ୍ଦ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲା; ନ ହୁଅ । |
14
|
ଆଉ ଯେବେ କେହି ଏହି ପତ୍ରରେ ଲିଖିତ ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି ସେ ଯେପରି ଲଜ୍ଜିତ ହୁଏ, ଏଥିନିମନ୍ତେ ତାହା ସହିତ ସମ୍ଵନ୍ଧ ରଖ ନାହିଁ; |
15
|
ତଥାପି ତାହାକୁ ଶତ୍ରୁ ବୋଲି ଜ୍ଞାନ କର ନାହିଁ, ମାତ୍ର ତାହାକୁ ଭାଇ ବୋଲି ଜ୍ଞାନ କରି ଚେତନା ଦିଅ । |
16
|
ଶାନ୍ତିଦାତା ପ୍ରଭୁ ସ୍ଵୟଂ ତୁମ୍ଭମାନଙ୍କୁ ସର୍ବଦା ଓ ସର୍ବପ୍ରକାରେ ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ । |
17
|
ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ଵରୂପ, ମୁଁ ଏହିପରି ଲେଖେ । |
18
|
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । |