Indian Language Bible Word Collections
Acts 16:19
Acts Chapters
Acts 16 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Acts Chapters
Acts 16 Verses
1
|
ପରେ ସେ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ଵାସିନୀ ଯିହୁଦୀ ମହିଳାର।ପୁତ୍ର, କିନ୍ତୁ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ । |
2
|
ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ । |
3
|
ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ । |
4
|
ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ଵାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ । |
5
|
ଏହିପ୍ରକାରେ ମଣ୍ତଳୀସମୂହ ବିଶ୍ଵାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା । |
6
|
ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ଵାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ, |
7
|
ଆଉ, ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ । |
8
|
ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ । |
9
|
ଆଉ, ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଲୋକ ଠିଆ ହୋଇ ତାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର । |
10
|
ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ଵର ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ । |
11
|
ତେଣୁ ତ୍ରୋୟାରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀକୁ ଓ ପରଦିନ ନିୟାପଲିକୁ ଗଲୁ । |
12
|
ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ । |
13
|
ବିଶ୍ରାମବାରରେ ଆମ୍ଭେମାନେ ନଗରଦ୍ଵାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ । |
14
|
ପୁଣି, ଥୁୟାଥୀରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ଵର-ଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କଥିତ ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାଙ୍କର ହୃଦୟ ଫିଟାଇ ଦେଲେ । |
15
|
ପୁଣି, ସେ ଓ ତାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣ-ମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ଵସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋର ଗୃହକୁ ଆସି ବାସ କରନ୍ତୁ; ଆଉ, ସେ ଆମ୍ଭମାନଙ୍କୁ ବଳାଇଲେ । |
16
|
ଦିନେ ଆମ୍ଭେମାନେ ପ୍ରାର୍ଥନାସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାʼର ଭାଗ୍ୟଗଣନା ଦ୍ଵାରା ତାʼର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା । |
17
|
ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରାତ୍ପର ଈଶ୍ଵରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉ ଅଛନ୍ତି । |
18
|
ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାʼଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା । |
19
|
କିନ୍ତୁ ତାʼର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ । |
20
|
ଆଉ, ସେମାନେ ସେମାନଙ୍କୁ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି । |
21
|
ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି । |
22
|
ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ । |
23
|
ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ । |
24
|
ସେ ଏହିପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ହରିକାଠ ଲଗାଇଦେଲେ । |
25
|
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ । |
26
|
ସେତେବେଳେ ହଠାତ୍ ଏପରି ମହାଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ଵାର ମେଲା ହୋଇଗଲା, ପୁଣି ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା । |
27
|
ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ଵାର ମେଲା ହେବା ଦେଖି ବନ୍ଦୀମାନେ ପଳାଇ ଯାଇଅଛନ୍ତି ବୋଲି ମନେ କରି, ଖଣ୍ତା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ । |
28
|
କିନ୍ତୁ ପାଉଲ ଉଚ୍ଚସ୍ଵରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ । |
29
|
ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, |
30
|
ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ? |
31
|
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ଵାସ କର, ତାହାହେଲେ ତୁମ୍ଭେ ସପରିବାରରେ ପରିତ୍ରାଣ ପାଇବ । |
32
|
ପରେ ସେମାନେ ତାଙ୍କୁ ଓ ତାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ଵରଙ୍କ ବାକ୍ୟ କହିଲେ । |
33
|
ଆଉ, ସେ ସେମାନଙ୍କୁ ରାତ୍ରିର ସେହି ଘଡ଼ିରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ । |
34
|
ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ଵରଙ୍କଠାରେ ବିଶ୍ଵାସ କରି ଅତ୍ୟ; ଆନନ୍ଦିତ ହେଲେ । |
35
|
ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ । |
36
|
ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇ ଅଛନ୍ତି । ଏଣୁ ଏବେ ବାହାରିଆସି ଶାନ୍ତିରେ ଚାଲିଯାଉନ୍ତୁ । |
37
|
କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇ ଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ି ଦେଉଅଛନ୍ତି? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ । |
38
|
ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହିସମସ୍ତ କଥା ଜଣାଇଲେ, ପୁଣି ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ସେମାନେ ଭୟ କଲେ, |
39
|
ଆଉ, ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ । |
40
|
ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ । |