Indian Language Bible Word Collections
Amos 1:11
Amos Chapters
Amos 1 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Amos Chapters
Amos 1 Verses
1
|
ଯିହୁଦାର ରାଜା ଉଷୀୟର ଅଧିକାର ସମୟରେଣଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର। ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେ ଯେ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ । |
2
|
ପୁଣି ସେ କହିଲେ, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି-ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ । |
3
|
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦାମାସ୍କସ୍ର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ-ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି; |
4
|
ମାତ୍ର ଆମ୍ଭେ ହସାୟେଲ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସକଳ ଗ୍ରାସ କରିବ । |
5
|
ପୁଣି, ଆମ୍ଭେ ଦାମାସ୍କସ୍ର ଅର୍ଗଳ ଭାଙ୍ଗି ପକାଇବା ଓ ଆବନର୍ ଉପତ୍ୟକାରୁ ନିବାସକାରୀକି ଓ ଏଦନ-ବଂଶରୁ ରାଜଦଣ୍ତଧାରୀକି ଉଚ୍ଛିନ୍ନ କରିବା; ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ । |
6
|
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ । |
7
|
ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ । |
8
|
ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକି ଓ ଅସ୍କିଲୋନରୁ ରାଜଦଣ୍ତଧାରୀକି ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ ⇧, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |
9
|
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ; |
10
|
ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ । |
11
|
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେ ଖଡ଼୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା । |
12
|
ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସକଳ ଗ୍ରାସ କରିବ । |
13
|
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କରଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି । |
14
|
ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ଵଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ତ ତୋଫାନ ସହିତ ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ; |
15
|
ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ; ଏହା ସଦାପ୍ରଭୁ କହନ୍ତି । |