English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Deuteronomy Chapters

Deuteronomy 17 Verses

1 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁ; କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ଘୃଣିତ ବସ୍ତୁ ।
2 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେ ଯେ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ଵାର ମଧ୍ୟରେ ଯେବେ କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ
3 ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକି ପୂଜା କରିଥାଏ;
4 ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
5 ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକି ନଗରଦ୍ଵାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ ।
6 ପ୍ରାଣଦଣ୍ତଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ଵାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ଵାରା ତାହାର ପ୍ରାଣଦଣ୍ତ ହେବ ନାହିଁ ।
7 ତାହାର ପ୍ରାଣଦଣ୍ତ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ । ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
8 ତୁମ୍ଭ ନଗରଦ୍ଵାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯେବେ ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ମନୋନୀତ ସ୍ଥାନକୁ ଯିବ;
9 ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତା ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;
10 ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ ।
11 ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଚାରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ, ତୁମ୍ଭେ ତଦନୁସାରେ କରିବ; ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ ।
12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେ ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯିଏ ଦୁଃସାହସରେ କର୍ମ କରେ, ସେ ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ ।
13 ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ ।
14 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା, ଯେବେ ଏହି କଥା କହିବ;
15 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକି ରାଜା କରି ପାରିବ ନାହିଁ ।
16 ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ଵ ରଖିବ ନାହିଁ, କିଅବା ଅନେକ ଅଶ୍ଵ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏ ସମୟଠାରୁ ସେ ପଥରେ ଆଉ ଫେରି ଯିବ ନାହିଁ ।
17 କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ ।
18 ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଲେଖି ରଖିବ ।
19 ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;
20 ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ, ନାହିଁ ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ ।
×

Alert

×