Indian Language Bible Word Collections
Deuteronomy 31:12
Deuteronomy Chapters
Deuteronomy 31 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Deuteronomy Chapters
Deuteronomy 31 Verses
1
|
ଅନନ୍ତର ମୋଶା ଯାଇ ସମୁଦାୟ ଇସ୍ରାଏଲକୁ ଏହି କଥା କହିଲେ । |
2
|
ପୁଣି ସେ ସେମାନଙ୍କୁ କହିଲେ, ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ । |
3
|
ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ଆପେ ତୁମ୍ଭର ଅଗ୍ରଗାମୀ ହୋଇ ପାର ହୋଇ ଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇ ପାର ହେବେ । |
4
|
ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ । |
5
|
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ । |
6
|
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ । |
7
|
ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ । |
8
|
ପୁଣି ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ । |
9
|
ଅନନ୍ତର ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନ-ବର୍ଗଙ୍କଠାରେ ସମର୍ପଣ କଲେ । |
10
|
ପୁଣି ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣକ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ, |
11
|
ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ । |
12
|
ପୁଣି ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ଵାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ । |
13
|
ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେ କାଳ ପ୍ରାଣଧାରଣ କରିବ, ସେତେ କାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରିବାକୁ ଶିକ୍ଷା କରିବେ । |
14
|
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭ ମରଣ ଦିନ ଆସି ପହୁଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି ଦୁହେଁ ସମାଗମ-ତମ୍ଵୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା । ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ଵୁରେ ଠିଆ ହେଲେ । |
15
|
ଏଥିରେ ସଦାପ୍ରଭୁ ସେହି ତମ୍ଵୁରେ ମେଘସ୍ତମ୍ଭ ମଧ୍ୟରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ଵୁ-ଦ୍ଵାର ଉପରେ ସ୍ଥିର ହୋଇ ରହିଲା । |
16
|
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭେ ଆପଣା ପିତୃଲୋକଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ ଓ ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ । |
17
|
ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେସମୟରେ ସେମାନେ କହିବେ, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ? |
18
|
ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେ ଯେ କୁକର୍ମ କରିବେ, ତହିଁ ନିମନ୍ତେ ସେ ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା । |
19
|
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ । |
20
|
କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ । |
21
|
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ଵରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ହେଁ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ, । |
22
|
ଏଣୁ ମୋଶା ସେହି ଦିନ ଏହି ଗୀତ ଲେଖି ଇସ୍ରାଏଲ-ସନ୍ତାନଗଣକୁ ଶିଖାଇଲେ । |
23
|
ପୁଣି ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା । |
24
|
ଅନନ୍ତର ମୋଶା ସମାପ୍ତି ପର୍ଯ୍ୟନ୍ତ ଏହି ବ୍ୟବସ୍ଥାର ସକଳ ବାକ୍ୟ ପୁସ୍ତକରେ ଲେଖି ସାରିଲା ଉତ୍ତାରେ |
25
|
ମୋଶା ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟମାନଙ୍କୁ ଆଜ୍ଞା ଦେଇ କହିଲେ, |
26
|
ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ଵରୂପ ହୋଇ ରହିବ । |
27
|
ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ? |
28
|
ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣ-ଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି । |
29
|
ଯେହେତୁ ମୋʼମରଣ ଉତ୍ତାରେ ତୁମ୍ଭେମାନେ ନିତା; ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ; ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ । |
30
|
ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା:- |