Indian Language Bible Word Collections
Ezekiel 12:20
Ezekiel Chapters
Ezekiel 12 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Ezekiel Chapters
Ezekiel 12 Verses
1
|
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, |
2
|
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ-ବଂଶ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ-ବଂଶ । |
3
|
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ପ୍ରସ୍ଥାନ କରିବା ପାଇଁ ସମ୍ଵଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ଵସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ । ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ । |
4
|
ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଆପଣା ସମ୍ଵଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ । |
5
|
ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ଦେଇ (ସମ୍ଵଳ) ବାହାର କରି ଦିଅ । |
6
|
ସେମାନଙ୍କ ସାକ୍ଷାତରେ ତାହା ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ । |
7
|
ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଦିନ ବେଳେ ଆପଣା ସମ୍ଵଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବହି ନେଲି । |
8
|
ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, |
9
|
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କʼଣ କରୁଅଛ ବୋଲି ଇସ୍ରାଏଲ-ବଂଶ, ସେହି ବିଦ୍ରୋହୀ-ବଂଶ କି ତୁମ୍ଭକୁ ପଚାରି ନାହାନ୍ତି? |
10
|
ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଏହି ଭାର ଯିରୂଶାଲମସ୍ଥ ଅଧିପତିର ଓ ସେମାନେ ଯେଉଁମାନଙ୍କ ମଧ୍ୟରେ ଅଛନ୍ତି, ସେହି ସମୁଦାୟ ଇସ୍ରାଏଲର ବଂଶର ସମ୍ପର୍କୀୟ ଅଟେ । |
11
|
ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ଵରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ । |
12
|
ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବହି ବାହାରି ଯିବନ୍ତ ଲୋକମାନେ ବହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ । |
13
|
ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ । |
14
|
ପୁଣି, ତାହାର ସାହାଯ୍ୟ କରିବାକୁ ଯେଉଁମାନେ ତାହାର ଚତୁର୍ଦ୍ଦିଗରେ ଅଛନ୍ତି, ସେମାନଙ୍କୁ ଓ ତାହାର ସୈନ୍ୟଦଳ ସମସ୍ତଙ୍କୁ ଆମ୍ଭେ ସବୁ ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ପଶ୍ଚାତ୍ ଆମ୍ଭେ ଖଡ଼୍ଗ ନିଷ୍କୋଷ କରିବା । |
15
|
ଆଉ, ଯେତେବେଳେ ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶ ମଧ୍ୟରେ ସେମାନଙ୍କୁ ଏଣେତେଣେ ବିକ୍ଷିପ୍ତ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । |
16
|
ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । |
17
|
ଆହୁରି ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, |
18
|
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର; |
19
|
ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ଵରୁ ଶୂନ୍ୟ ହେବ । |
20
|
ଆଉ, ବସତିବିଶିଷ୍ଟ ନଗରସବୁ ଉତ୍ସନ୍ନ ଓ ଦେଶ ଧ୍ଵଂସସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ । |
21
|
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, |
22
|
ହେ ମନୁଷ୍ୟ-ସନ୍ତାନ, କାଳ ବିଳମ୍ଵ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି? |
23
|
ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, କାଳ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ । |
24
|
କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ-ବଂଶ ମଧ୍ୟରେ ଆଉ ରହିବ ନାହିଁ । |
25
|
କାରଣ ଆମ୍ଭେ ସଦାପ୍ରଭୁ; ଆମ୍ଭେ କଥା କହିବା ଓ ଯେଉଁ କଥା ଆମ୍ଭେ କହିବା, ତାହା ସଫଳ ହେବ; ଆଉ, ବିଳମ୍ଵ ହେବ ନାହିଁ; କାରଣ ହେ ବିଦ୍ରୋହୀ-ବଂଶ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ବର୍ତ୍ତମାନ କାଳରେ କଥା କହିବା ଓ ତାହା ସଫଳ କରିବା । |
26
|
ପୁନର୍ବାର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, |
27
|
ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ-ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ଵର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛି । |
28
|
ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ଵ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |