Indian Language Bible Word Collections
Ezekiel 26:19
Ezekiel Chapters
Ezekiel 26 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Ezekiel Chapters
Ezekiel 26 Verses
1
|
ଅନନ୍ତର ଏକାଦଶ ବର୍ଷରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, |
2
|
ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟ-ମାନଙ୍କର ନଗର-ଦ୍ଵାର ସ୍ଵରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ଆଡ଼େ ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା; |
3
|
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କି ଉଠାଇବା । |
4
|
ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା । |
5
|
ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟ-ଦ୍ରବ୍ୟ ସ୍ଵରୂପ ହେବ । |
6
|
ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ଼୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । |
7
|
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ଵ, ରଥ, ଅଶ୍ଵାରୋହୀଗଣ ଓ ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା । |
8
|
ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ଼୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ ଓ ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ । |
9
|
ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ଵାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ । |
10
|
ତାହାର ଅଶ୍ଵଗଣର ବାହୁଲ୍ୟ ହେତୁରୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ-ପ୍ରାଚୀରବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ଵାରରେ ପ୍ରବେଶ କରିବ, ସେତେବେଳେ ଅଶ୍ଵାରୋହୀଗଣର, ଶକଟର ଓ ରଥସମୂହର ଶଦ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ । |
11
|
ସେ ଆପଣା ଅଶ୍ଵଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ଼୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍ କରିବ । |
12
|
ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ଵଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ। |
13
|
ପୁଣି, ଆମ୍ଭେ ତୁମ୍ଭର ଗାୟନ ଶଦ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ଵନି ଆଉ ଶୁଣାଯିବ ନାହିଁ । |
14
|
ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |
15
|
ପ୍ରଭୁ ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶଦ୍ଦରେ କି ଦ୍ଵୀପସମୂହ କମ୍ପିବେ ନାହିଁ? |
16
|
ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ । |
17
|
ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରା; ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ । |
18
|
ଏବେ ତୁମ୍ଭର ପତନ ଦିନରେ ଦ୍ଵୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ଵୀପସବୁ ବିହ୍ଵଳ ହେବେ । |
19
|
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ: |
20
|
ସେସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭେ ବସତିସ୍ଥାନ ନୋହିବ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା; |
21
|
ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |