Indian Language Bible Word Collections
Ezekiel 42:1
Ezekiel Chapters
Ezekiel 42 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Ezekiel Chapters
Ezekiel 42 Verses
1
|
ତହିଁ ଉତ୍ତାରୁ ସେ ମୋତେ ଉତ୍ତରଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର-ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ । |
2
|
ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ଵାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା । |
3
|
ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବରଣ୍ତା ଥିଲା । |
4
|
ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ଵାର ଉତ୍ତର ଆଡ଼େ ଥିଲା । |
5
|
ଉପରିସ୍ଥ କୋଠରିସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବରଣ୍ତାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା । |
6
|
କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା । |
7
|
ପୁଣି, କୋଠରିସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରିସକଳର ପାର୍ଶ୍ଵରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା । |
8
|
କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରିସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା । |
9
|
ପୁଣି, ବାହାର ପ୍ରାଙ୍ଗଣରୁ ସେସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ-ସ୍ଥାନ ପଡ଼ିଲା । |
10
|
ପ୍ରାଙ୍ଗଣ କାନ୍ଥର ପ୍ରଶସ୍ତ ଭାଗରେ ପୂର୍ବ ଦିଗରେ ପୃଥକ ସ୍ଥାନର ଓ ଗାନ୍ଥୁନୀର ସମ୍ମୁଖରେ କୋଠରିଶ୍ରେଣୀ ଥିଲା । |
11
|
ଆଉ, ସେସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରି-ସକଳର ପଥ ପରି ଥିଲା; ସେସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ଵାର ଥିଲା । |
12
|
ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରିସକଳର ଦ୍ଵାର ତୁଲ୍ୟ ପଥ ମୁଣ୍ତରେ ଗୋଟିଏ ଦ୍ଵାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍, ସେସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା । |
13
|
ତହୁଁ ସେ ମୋତେ କହିଲେ, ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ । |
14
|
ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ । |
15
|
ଭିତର ଗୃହ ମାପିବାର ସମାପ୍ତ କଲା ଉତ୍ତାରେ ସେ ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ମୋତେ ବାହାରକୁ ଆଣିଲେ ଓ ତହିଁର ଚତୁର୍ଦ୍ଦିଗ ମାପିଲେ । |
16
|
ସେ ପରିମାପକ ନଳ ଦ୍ଵାର ପୂର୍ବ ପାର୍ଶ୍ଵ ମାପିଲେ, ପରିମାପକ ନଳରେ ଚତୁର୍ଦ୍ଦିଗ ପାଞ୍ଚଶହ ନଳ ହେଲା । |
17
|
ସେ ଉତ୍ତର ପାର୍ଶ୍ଵ ମାପିଲେ, ପରିମାପକ ନଳରେ ଚତୁର୍ଦ୍ଦିଗ ପାଞ୍ଚଶହ ନଳ ହେଲା । |
18
|
ସେ ଦକ୍ଷିଣ ପାର୍ଶ୍ଵ ମାପିଲେ, ପରିମାପକ ନଳରେ ତାହା ପାଞ୍ଚଶହ ନଳ ହେଲା । |
19
|
ସେ ପଶ୍ଚିମ ପାର୍ଶ୍ଵକୁ ଫେରି ପରିମାପକ ନଳରେ ପାଞ୍ଚଶହ ନଳ ମାପିଲେ । |
20
|
ସେ ତାହାର ଚାରି ପାର୍ଶ୍ଵ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚଶହ ଓ ପ୍ରସ୍ଥରେ ପାଞ୍ଚଶହ (ନଳ) ଥିଲା । |