Indian Language Bible Word Collections
Ezekiel 43:1
Ezekiel Chapters
Ezekiel 43 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Ezekiel Chapters
Ezekiel 43 Verses
1
|
ଏଥି ଉତ୍ତାରେ ସେ ମୋତେ ଦ୍ଵାରକୁ, ଅର୍ଥାତ୍, ପୂର୍ବାଭିମୁଖ ଦ୍ଵାର ନିକଟକୁ ଆଣିଲେ; |
2
|
ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶଦ୍ଦ ଜଳରାଶିର ଶଦ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା । |
3
|
ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି । |
4
|
ପୁଣି, ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା । |
5
|
ଅନନ୍ତର ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା । |
6
|
ପୁଣି, ଗୃହ ମଧ୍ୟରୁ ଏକଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋʼ ପାଖରେ ଠିଆ ହେଲେ । |
7
|
ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ-ବଂଶ, ଅର୍ଥାତ୍, ସେମାନେ ଓ ସେମାନଙ୍କ ରାଜଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜଗଣର ଶବ ଦ୍ଵାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ । |
8
|
ସେମାନେ ଆମ୍ଭର ଦ୍ଵାର ପ୍ରବେଶ-ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ଵାର ପ୍ରବେଶ-ସ୍ଥାନ ଓ ଆମ୍ଭ ଦ୍ଵାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ଵାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ଵାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ । |
9
|
ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା । |
10
|
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ । |
11
|
ପୁଣି, ସେମାନେ ଯେବେ ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ-ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ । |
12
|
ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ । ଦେଖ, ଏହା ହିଁ ଗୃହର ବ୍ୟବସ୍ଥା । |
13
|
ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରା; ଧାର ଏକ ଚାଖଣ୍ତ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ । |
14
|
ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ । ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ । |
15
|
ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ । |
16
|
ଯଜ୍ଞବେଦିର ଅଗ୍ନିସ୍ଥାନ ବାର ହାତ ଦୀର୍ଘ ଓ ବାର ହାତ ପ୍ରସ୍ଥ; ତହିଁର ଚାରି ଦିଗ ସମାନ ହେବ । |
17
|
ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ । |
18
|
ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ପ୍ରୋକ୍ଷଣ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ଵନ୍ଧୀୟ ବିଧି ଏହି । |
19
|
ପ୍ରଭୁ ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ । |
20
|
ପୁଣି, ତୁମ୍ଭେ ତହିଁର ରକ୍ତ ନେଇ ଚାରି ଶୃଙ୍ଗ ଉପରେ ଓ ଥାକର ଚାରି କୋଣ ଉପରେ ଓ ଧାରର ଚାରିଆଡ଼େ ଦେବ, ଏହି ପ୍ରକାର ତୁମ୍ଭେ ବେଦିକି ଶୁଚି କରି ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ । |
21
|
ଆହୁରି, ତୁମ୍ଭେ ପାପାର୍ଥକ ବୃଷ ନେବ ଓ ସେ ପବିତ୍ର ସ୍ଥାନର ବାହାରେ ଗୃହର ନିରୂପିତ ସ୍ଥାନରେ ତାହା ଦଗ୍ଧ କରିବ । |
22
|
ପୁଣି, ତୁମ୍ଭେ ଦ୍ଵିତୀୟ ଦିନରେ ପାପାର୍ଥକ ବଳି ରୂପେ ଏକ ନିର୍ଦ୍ଦୋଷ ଛାଗ ଉତ୍ସର୍ଗ କରିବ; ଆଉ, ସେମାନେ ବୃଷ ନେଇ ଯେପରି କରିଥିଲେ, ସେପରି ଯଜ୍ଞବେଦିକି ଶୁଚି କରିବେ । |
23
|
ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ । |
24
|
ପୁଣି, ତୁମ୍ଭେ ସେସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେସବୁର ଉପରେ ଲବଣ ପ୍ରକ୍ଷେପ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ । |
25
|
ସାତ ଦିନଯାଏ ପ୍ରତି ଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ । |
26
|
ସାତ ଦିନଯାଏ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ । |
27
|
ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । |