Indian Language Bible Word Collections
Genesis 40:6
Genesis Chapters
Genesis 40 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Genesis Chapters
Genesis 40 Verses
1
|
ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ । |
2
|
ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ, |
3
|
ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀ ଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ । |
4
|
ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ଵାବଧାରଣ କରିବାକୁ ଲାଗିଲେ । ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ । |
5
|
ଅନନ୍ତର ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ଵପ୍ନ ଦେଖିଲେ । |
6
|
ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ । |
7
|
ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି? |
8
|
ସେମାନେ କହିଲେ, ଆମ୍ଭେମାନେ ସ୍ଵପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ । ତେବେ ଯୋଷେଫ ସେମାନଙ୍କୁ କହିଲେ, ଅର୍ଥଜ୍ଞାନ କି ପରମେଶ୍ଵରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ଵପ୍ନ ମୋତେ କୁହ । |
9
|
ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ଵପ୍ନ କଥା ପ୍ରକାଶ କରି କହିଲା, ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା, |
10
|
ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ତାରେ ଫଳ ହୋଇ ପାଚିଲା । |
11
|
ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି । |
12
|
ତହିଁରେ ଯୋଷେଫ ତାହାକୁ କହିଲେ, ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ । |
13
|
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ । |
14
|
ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ । |
15
|
କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତା; ଚୋରି କରି ଆଣିଅଛନ୍ତି; ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି । |
16
|
ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, ମୁଁ ମଧ୍ୟ ସ୍ଵପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା । |
17
|
ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ଵାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ । |
18
|
ସେତେବେଳେ ଯୋଷେଫ ଉତ୍ତର କଲେ, ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ । |
19
|
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଗାତ୍ରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ । |
20
|
ଅନନ୍ତର ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ । ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ । |
21
|
ପୁଣି ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ରବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା । |
22
|
ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ; |
23
|
ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ପକାଇଲା । |