Indian Language Bible Word Collections
Hosea 6:11
Hosea Chapters
Hosea 6 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Hosea Chapters
Hosea 6 Verses
1
|
ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ । |
2
|
ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ । |
3
|
ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜ୍ଞାତ ହେବା ପାଇଁ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ଅରୁଣୋଦୟର ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ । |
4
|
ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ । |
5
|
ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ସେମାନଙ୍କୁ ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ଵାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ତାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ । |
6
|
କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ଵର ବିଷୟକ ଜ୍ଞାନ ବାସନା କରୁ । |
7
|
ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେସ୍ଥାନରେ ସେମାନେ ଆମ୍ଭ ପ୍ରତିକୂଳରେ ବିଶ୍ଵାସଘାତକତା କରିଅଛନ୍ତି । |
8
|
ଗିଲିୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି । |
9
|
ପୁଣି, ଡକାଇତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି । |
10
|
ଆମ୍ଭେ ଇସ୍ରାଏଲ-ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି । |
11
|
ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ଵରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ତରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି । |