Indian Language Bible Word Collections
Isaiah 19:25
Isaiah Chapters
Isaiah 19 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Isaiah Chapters
Isaiah 19 Verses
1
|
ମିସର ବିଷୟକ ଭାରୋକ୍ତି । ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ଵିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ । |
2
|
ପୁଣି, ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ । |
3
|
ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା ଓ ମୋହକ ଓ ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ । |
4
|
ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁର; ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । |
5
|
ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ । |
6
|
ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ । |
7
|
ନୀଳନଦୀ ନିକଟସ୍ଥ, ନୀଳନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳନଦୀ ନିକଟରେ ଯାହା କିଛି ବୁଣାଯାଏ, ସେସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ । |
8
|
କୈବର୍ତ୍ତମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳନଦୀରେ ବନ୍ଶୀ ପକାନ୍ତି, ସେସମସ୍ତେ ଶୋକ କରିବେ, ପୁଣି ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ । |
9
|
ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ । |
10
|
ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ତ ଖଣ୍ତ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକସମସ୍ତେ ପ୍ରାଣରେ ଦୁଃଖିତ ହେବେ । |
11
|
ସୋୟନର ଅଧିପତିମାନେ ନିତା; ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜଗଣର ସନ୍ତାନ? |
12
|
ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେଣ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ । |
13
|
ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣପ୍ରସ୍ତର ସ୍ଵରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି । |
14
|
ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇ ପଡ଼େ, ସେପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି । |
15
|
ପୁଣି, ମସ୍ତକ କି ଲାଙ୍ଗୁଳ, କି ତାଳବାହୁଙ୍ଗା କି ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ । |
16
|
ସେଦିନ ମିସର ସ୍ତ୍ରୀଗଣର ତୁଲ୍ୟ ହେବ, ପୁଣି ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ । |
17
|
ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ । |
18
|
ସେଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ । |
19
|
ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ । |
20
|
ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ଵରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ । |
21
|
ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ । |
22
|
ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ । |
23
|
ସେଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ । |
24
|
ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ; |
25
|
କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର ଓ ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ । |