Indian Language Bible Word Collections
Isaiah 35:10
Isaiah Chapters
Isaiah 35 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Isaiah Chapters
Isaiah 35 Verses
1
|
ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ । |
2
|
ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଶୋଭା ଦେଖିବେ । |
3
|
ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର । |
4
|
ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ଵର ପ୍ରତିଶୋଧ ସହିତ, ପରମେଶ୍ଵରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ। |
5
|
ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। |
6
|
ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ ⇧। |
7
|
ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ତିବଣ ହେବ । |
8
|
ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ । |
9
|
ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; |
10
|
ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇ ଯିବ। |