English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Isaiah Chapters

Isaiah 43 Verses

1 ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ଵାନ କରିଅଛୁ, ତୁମ୍ଭେ ଆମ୍ଭର ।
2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ନୋହିବ ⇧, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ ।
3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ଇସ୍ରାଏଲର ଧର୍ମସ୍ଵରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ଵରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍ ଓ ଶିବା ଦେଶ ଦେଇଅଛୁ ।
4 ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା ।
5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
6 ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣକୁ ପୃଥିବୀର ପ୍ରାନ୍ତରୁ ଆଣିଦିଅ;
7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ ।
8 ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ ।
9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେଣ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ ।
10 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ଵାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ; ଆମ୍ଭ ପୂର୍ବରେ କୌଣସି ଈଶ୍ଵର ନିର୍ମିତ ନୋହିଲା, କିଅବା ଆମ୍ଭ ଉତ୍ତାରେ ନୋହିବ ।
11 ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ ।
12 ଆମ୍ଭେ ପ୍ରକାଶ କରିଅଛୁ ଓ ଆମ୍ଭେ ତ୍ରାଣ କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ଵର ଅଟୁ ।
13 ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?
14 ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା ।
15 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ଵରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ ।
16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;
17 ଯେ ରଥ ଓ ଅଶ୍ଵ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;
18 ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ ।
19 ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା ।
20 କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦନଦୀ ଯୋଗାଉ;
21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ ।
22 ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳା; ହୋଇଅଛ ।
23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ଵାରା ଆମ୍ଭର ସମାଦର କରି ନାହଁ । ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳା; କରାଇ ନାହୁଁ ।
24 ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ଵାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳା; କରିଅଛ ।
25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ ।
26 ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ ।
27 ତୁମ୍ଭର ଆଦି ପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି ।
28 ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା ।
×

Alert

×