Indian Language Bible Word Collections
Jeremiah 16:11
Jeremiah Chapters
Jeremiah 16 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Jeremiah Chapters
Jeremiah 16 Verses
1
|
ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋʼ ନିକଟରେ ଉପସ୍ଥିତ ହେଲା, |
2
|
ଯଥା, ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ର- କନ୍ୟା ଜାତ କରିବ ନାହିଁ । |
3
|
କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି । |
4
|
ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ । |
5
|
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ-ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ । |
6
|
ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ତନ କରିବେ ନାହିଁ; |
7
|
କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀ-ମାନଙ୍କୁ ସାନ୍ତ୍ଵନା କରିବା ପାଇଁ ଲୋକେ ରୁଟୀ ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତାର ନିମନ୍ତେ ପାନ କରିବା ପାଇଁ ସାନ୍ତ୍ଵନାସୂଚକ ପାତ୍ର ଦେବେ ନାହିଁ । |
8
|
ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ । |
9
|
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା । |
10
|
ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵରଙ୍କ ବିରୁଦ୍ଧରେ କି ପାପ କରିଅଛୁ? |
11
|
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି; |
12
|
ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ; |
13
|
ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ । |
14
|
ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ; |
15
|
ମାତ୍ର ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେ ଯେ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା । |
16
|
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ । |
17
|
କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ । |
18
|
ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି । |
19
|
ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି । |
20
|
ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ଵର ନିର୍ମାଣ କରିବ? ସେ ତ ଈଶ୍ଵର ନୁହେଁ । |
21
|
ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ । |