Indian Language Bible Word Collections
Jeremiah 17:8
Jeremiah Chapters
Jeremiah 17 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Jeremiah Chapters
Jeremiah 17 Verses
1
|
ଯିହୁଦାର ପାପ ଲୌହ-ଲେଖନୀରେ ଓ ହୀରକର କଣ୍ଟକ ଦ୍ଵାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ-ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।; |
2
|
ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି । |
3
|
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ତାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା । |
4
|
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷା; ହେବ । ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ କରିଅଛ, ତାହା ସଦାକାଳ ଜ୍ଵଳିବ । |
5
|
ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ । |
6
|
ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ । |
7
|
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ । |
8
|
କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତ-ମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ । |
9
|
ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ? |
10
|
ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ । |
11
|
ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ । |
12
|
ଆଦିକାଳରୁ ଊର୍ଦ୍ଧ୍ଵରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ । |
13
|
ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି । |
14
|
ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି । |
15
|
ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ । ତାହା ଏବେ ଉପସ୍ଥିତ ହେଉ । |
16
|
ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା । |
17
|
ମୋʼ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ । |
18
|
ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ଵିଗୁଣ ବିନାଶରେ ସେମାନଙ୍କୁ ବିନାଶ କର । |
19
|
ସଦାପ୍ରଭୁ ମୋତେ ଏହି କଥା କହିଲେ, ଯିହୁଦାର ରାଜଗଣ ଯେଉଁ ଦ୍ଵାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ଵାରରେ ଓ ଯିରୂଶାଲମର ସକଳ ଦ୍ଵାରରେ ଯାଇ ଠିଆ ହୁଅ; |
20
|
ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ଵାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; |
21
|
ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ଵାର ଦେଇ ତାହା ଭିତରକୁ ଆଣ ନାହିଁ; |
22
|
ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପ ଆଜ୍ଞା କରିଥିଲୁ । |
23
|
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ । |
24
|
ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯନିପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ଵାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହିଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମଦିନକୁ ପବିତ୍ର ରୂପେ ପାଳନ କର; |
25
|
ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ଓ ଅଧିପତିଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର-ଦ୍ଵାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ । |
26
|
ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ ଦେଶରୁ ଓ ନିମ୍ନଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ । |
27
|
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ଵାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ଵାର-ସମୂହରେ ଅଗ୍ନି ଜ୍ଵଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସକଳ ଗ୍ରାସ କରିବ ଓ ତାହା ନିର୍ବାଣ ନୋହିବ । |