English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Jeremiah Chapters

Jeremiah 47 Verses

1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା; ।
2 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ ।
3 ତାହାର ବଳବାନ ଅଶ୍ଵଗଣର ଖୁରା ଶଦ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶଦ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
4 କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ଵ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ଵୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ଵ ହରଣ କରିବେ;
5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
6 ହେ ସଦାପ୍ରଭୁଙ୍କ ଖଡ଼୍‍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷା; ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶା; ଓ କ୍ଷା; ହୁଅ ।
7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷା; ହୋଇପାର? ସେ ଅସ୍କିଲୋନ୍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି ।
×

Alert

×