English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Job Chapters

Job 17 Verses

1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି ।
2 ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି ।
3 ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ ।
5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ ।
6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି ।
7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି ।
8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ ।
9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ ।
10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ ।
11 ମୋହର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା ।
12 ସେମାନେ ରାତ୍ରିକି ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି ।
13 ଯେବେ ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯେବେ ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
14 ଯେବେ ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;
15 ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ଧୂଳିରେ ବିଶ୍ରାମ ହେବ ।
×

Alert

×