Indian Language Bible Word Collections
Job 29:3
Job Chapters
Job 29 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Job Chapters
Job 29 Verses
1
|
ଅନନ୍ତର ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା, |
2
|
ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ଵର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି; |
3
|
ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି; |
4
|
ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ଵୁ ଉପରେ ପରମେଶ୍ଵରଙ୍କର ଗୁପ୍ତ ବିଷୟ ଥିଲା; |
5
|
ସେତେବେଳେ ସର୍ବଶକ୍ତିମାନ ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ଵରେ ଥିଲେ; |
6
|
ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା । |
7
|
ମୁଁ ନଗର-ଦ୍ଵାରକୁ ଯାଇ ଛକ-ସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ, |
8
|
ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ । |
9
|
ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ; |
10
|
କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ଵା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା । |
11
|
କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା; |
12
|
ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃ ହୀନକୁ ଉଦ୍ଧାର କଲି । |
13
|
ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି । |
14
|
ମୁଁ ଧର୍ମ ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ଯାଥାର୍ଥିକତା ଆବରଣ-ବସ୍ତ୍ର ଓ ମୁକୁଟ ସ୍ଵରୂପ ଥିଲା । |
15
|
ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ଵରୂପ ଓ ଛୋଟା ପ୍ରତି ଚରଣ ସ୍ଵରୂପ ଥିଲି । |
16
|
ମୁଁ ଦୀନହୀନ ପ୍ରତି ପିତା ସ୍ଵରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦ; କଲି । |
17
|
ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି । |
18
|
ସେସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି; |
19
|
ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିଯାକ କାକର ଥାଏ; |
20
|
ମୋହର ଗୌରବ ମୋʼଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ । |
21
|
ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ । |
22
|
ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା । |
23
|
ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ । |
24
|
ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ଵାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ । |
25
|
ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ଵନାକାରୀ ପରି ବାସ କଲି । |