Indian Language Bible Word Collections
Job 4:19
Job Chapters
Job 4 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Job Chapters
Job 4 Verses
1
|
ଏଥିରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, |
2
|
କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷା; କରିପାରେ? |
3
|
ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ । |
4
|
ତୁମ୍ଭର ବାକ୍ୟ ପତନୋଦ୍ୟତ ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ। |
5
|
ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳା; ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ । |
6
|
ପରମେଶ୍ଵର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ଵାସ ଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି? |
7
|
ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି? |
8
|
ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି । |
9
|
ସେମାନେ ପରମେଶ୍ଵରଙ୍କ ନିଶ୍ଵାସ ଦ୍ଵାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ଵାରା ସଂହାରିତ ହୁଅନ୍ତି । |
10
|
ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦ; ଭଗ୍ନ ହୁଏ । |
11
|
ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି । |
12
|
କଥା ଗୋଟିଏ ଗୁପ୍ତରେ ମୋʼ କତିରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍ ଶଦ୍ଦ ପାଇଲା । |
13
|
ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ଵପ୍ନଦର୍ଶନରୁ ଜାତ ଭାବନା ସମୟରେ, |
14
|
ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ଵାରା ମୋହର ଅସ୍ଥିସବୁ ଥରହର ହେଲା । |
15
|
ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା । |
16
|
ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶଦ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି, |
17
|
ମର୍ତ୍ତ୍ୟ-ମନୁଷ୍ୟ କʼଣ ପରମେଶ୍ଵରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ? |
18
|
ଦେଖ, ସେ ଆପଣା ଦାସଗଣକୁ ବିଶ୍ଵାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି; |
19
|
ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି । |
20
|
ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ । |
21
|
ସେମାନଙ୍କ ତମ୍ଵୁ-ରଜ୍ଜୁ କʼଣ ସେମାନଙ୍କ ଅନ୍ତରରେ ଛିଣ୍ତା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି । |