Indian Language Bible Word Collections
Jonah 3:10
Jonah Chapters
Jonah 3 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Jonah Chapters
Jonah 3 Verses
1
|
ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା; |
2
|
ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର । |
3
|
ତହିଁରେ ଯୁନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ । ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା । |
4
|
ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ । |
5
|
ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ । |
6
|
ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା । |
7
|
ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ଵାଦନ ନ କରୁ; ସେମାନେ ଭୋଜନ କି ଜଳ-ପାନ ନ କରନ୍ତୁ; |
8
|
ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ଵରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ । |
9
|
କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା । |
10
|
ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ । |