English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Luke Chapters

Luke 10 Verses

1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପ୍ରେରଣ କଲେ ।
2 ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର ।
3 ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି ।
4 ଥଳି, ଝୋଲି ଓ ଯୋତା ନିଅ ନାହିଁ, ପୁଣି ବାଟରେ କାହାକୁ ନମସ୍କାର କର ନାହିଁ ।
5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ ।
6 ଆଉ, ସେସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାରି ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ବାହୁଡ଼ି ଆସିବ ।
7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ ।
8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର,
9 ସେସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ ।
10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣକରନ୍ତି ନାହିଁ, ସେଥିର ଦାଣ୍ତମାନଙ୍କୁ ବାହାରିଯାଇ କୁହ,
11 ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଦ୍ଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ଵରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ ।
12 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମର ଦଶା ସହନୀୟ ହେବ ।
13 ହାୟ, ଦଣ୍ତର ପାତ୍ର କୋରାଜୀନ୍, ହାୟ, ଦଣ୍ତର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।
14 ତଥାପି ବିଚାରରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ ।
15 ଆଉ, ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋହର ଅଧୋଗତି ହେବ?।
16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।
17 ଏଥିଉତ୍ତାରେ ସେହି ସତୁରି ଜଣ ବାହୁଡ଼ିଆସି ଆନନ୍ଦରେ କହିଲେ, ପ୍ରଭୋ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି ।
18 କିନ୍ତୁ ସେ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ଵର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି ।
19 ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହିଁ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ ।
20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ଵର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର ।
21 ସେହି ଦଣ୍ତରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତଃ, ସ୍ଵର୍ଗ ଓ ପୃଥିବୀର ପ୍ରଭୋ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହିସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି; ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା ।
22 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।
23 ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ ।
24 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
25 ଆଉ ଦେଖ, ଜଣେ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?
26 ସେଥିରେ ସେ ତାଙ୍କୁ କହିଲେ, ବ୍ୟବସ୍ଥାରେ କଅଣ ଲେଖା ଅଛି? ତୁମ୍ଭେ କିପରି ପାଠ କରୁଅଛ?
27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।
28 ସେଥିରେ ସେ ତାହାଙ୍କୁ କହିଲେ, ତୁମ୍ଭେ ଯଥାର୍ଥ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ ।
29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋର ପ୍ରତିବାସୀ କିଏ?
30 ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା । ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ ।
31 ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ ।
32 ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ ।
33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,
34 ଏବଂ ପାଖକୁ ଯାଇ ତାହାର କ୍ଷତସବୁରେ ତୈଳ ଓ ଦ୍ରାକ୍ଷାରସ ଢାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ଆପଣା ବାହନ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ଘେନିଯାଇ ତାହାର ସେବାଶୁଶ୍ରୂଷା କଲେ ।
35 ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର କର୍ତ୍ତାଙ୍କୁ ଦେଇ କହିଲେ, ଏହାର ସେବାଶୁଶ୍ରୂଷା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ବାହୁଡ଼ି ଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି ।
36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?
37 ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ । ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି-ପ୍ରକାର କର ।
38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମ୍ନୀ ଜଣେ ସ୍ତ୍ରୀଲୋକ ଆପଣା ଗୃହରେ ତାହାଙ୍କର ଆତିଥ୍ୟ କଲେ ।
39 ମରୀୟମ ନାମ୍ନୀ ତାଙ୍କର ଜଣେ ଭଗ୍ନୀ ଥିଲେ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ ।
40 କିନ୍ତୁ ମାର୍ଥା ପରିଚର୍ଯ୍ୟା ବିଷୟରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି, ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କହନ୍ତୁ ।
41 କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ପ୍ରୟୋଜନ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ହରଣ କରାଯିବ ନାହିଁ ।
×

Alert

×