Indian Language Bible Word Collections
Mark 11:26
Mark Chapters
Mark 11 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Mark Chapters
Mark 11 Verses
1
|
ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ଜୀତ ପର୍ବତ ପାର୍ଶ୍ଵସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ, |
2
|
ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ । |
3
|
ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ, ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ଵେ ଏଠାକୁ ପଠାଇଦେବେ । |
4
|
ସେମାନେ ଯାଇ ଦ୍ଵାର ନିକଟରେ ବାହାର ଦାଣ୍ତରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ । |
5
|
ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଛ? |
6
|
ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ । |
7
|
ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ସେ ତାହା ଉପରେ ବସିଲେ । |
8
|
ପୁଣି ଅନେକେ ପଥରେ ଆପଣା ଆପଣା ଲୁଗା ବିଛାଇଲେ ଓ ଅନ୍ୟମାନେ କ୍ଷେତରୁ ଡାଳ କାଟି ଆଣି ବିଛାଇଦେଲେ । |
9
|
ଆଉ, ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! |
10
|
ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ଵଲୋକରେ ହୋଶାନ୍ନା! |
11
|
ପରେ ସେ ଯିରୂଶାଲମକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ଦ୍ଵାଦଶଙ୍କ ସହିତ ବେଥନିଆକୁ ବାହାରିଗଲେ । |
12
|
ତହିଁ ଆରଦିନ ସେମାନେ ବେଥନିଆରୁ ଆସୁଥିବା ସମୟରେ ସେ କ୍ଷୁଧିତ ହେଲେ; |
13
|
ଆଉ, ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମିରି ଗଛ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ । କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମିରି ଫଳର ସମୟ ନ ଥିଲା । |
14
|
ସେଥିରେ ଯୀଶୁ ତାହାକୁ କହିଲେ, ଆଉ କେବେ ହେଁ କେହି ତୋʼଠାରୁ ଫଳ ନ ଖାଉ । ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ । |
15
|
ତାହା ପରେ ସେମାନେ ଯିରୂଶାଲମକୁ ଆସିଲେ, ଆଉ ସେ ମନ୍ଦିରରେ ପ୍ରବେଶ କରି ସେସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, |
16
|
ଆଉ ମନ୍ଦିର ମଧ୍ୟ ଦେଇ କାହାରିକି କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ, |
17
|
ପୁଣି ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କଅଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ? କିନ୍ତୁ ତୁମ୍ଭେମାନେ ତାହାକୁ ‘ଦସ୍ୟୁମାନଙ୍କ ଗହ୍ଵରʼ କରିଅଛ । |
18
|
ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରି ପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ । |
19
|
ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ । |
20
|
ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମିରି ଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ । |
21
|
ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମିରି ଗଛକୁ ଶାପ ଦେଇଥିଲେ, ତାହା ଶୁଖିଗଲାଣି । |
22
|
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ-ଠାରେ ବିଶ୍ଵାସ ରଖ । |
23
|
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼୍ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ଵାସ କରିବ, ତାʼ ନିମନ୍ତେ ତାହା ଘଟିବ । |
24
|
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ,ସେସବୁ ପାଇଅଛ ବୋଲି ବିଶ୍ଵାସ କର, ସେଥିରେ ସେହିସବୁ ପାଇବ । |
25
|
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ । |
26
|
କିନ୍ତୁ ତୁମ୍ଭେମାନେ ଯେବେ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ । |
27
|
ପରେ ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ; ଆଉ, ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, |
28
|
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା? |
29
|
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି । |
30
|
ଯୋହନଙ୍କର ବାପ୍ତିସ୍ମ ସ୍ଵର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ । |
31
|
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ଵାସ କଲ ନାହିଁ? |
32
|
ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? - ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ । |
33
|
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହିଁ । ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ । |